ନୂଆଦିଲ୍ଲୀ: ନିଃଶ୍ୱାସ ପ୍ରଶ୍ୱାସ ନେବାରୁ ଅସୁବିଧା ହେବାରୁ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଭୋପାଳର ବିଜେପି ସାଂସଦ ସାଧ୍ୱୀ ପ୍ରଜ୍ଞା ଠାକୁର। ଶୁକ୍ରବାର ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି। ଏବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସୂଚନା ରହିଛି। ହସ୍ପିଟାଲରେ ଭର୍ତ୍ତି କରାଇବା ବେଳେ ପ୍ରଜ୍ଞା ଠାକୁରଙ୍କର କରୋନା ପରୀକ୍ଷା ହୋଇଥିଲା। ରିପୋର୍ଟ ନେଗେଟିଭ୍ ଆସିଥିବା ସୂଚନା ରହିଛି।
https://twitter.com/ANI/status/1362740254663319553?s=20
ହସ୍ପିଟାଲର ଜଣେ ବରିଷ୍ଠ ଡାକ୍ତର କହିଛନ୍ତି, ପ୍ରଜ୍ଞା ଠାକୁର ଶୁକ୍ରବାର ଅପରାହ୍ନ ୪ଟା ୧୫ରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଉଚ୍ଚ ରକ୍ତଚାପ ସହିତ ନିଃଶ୍ୱାସ ପ୍ରଶ୍ୱାସରେ ଅସୁବିଧା ହେବାରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ହେଲେ ତାଙ୍କ ପାଖରେ କରୋନାର କୌଣସି ଲକ୍ଷଣ ନାହିଁ। ଏହା ପୂର୍ବରୁ ଡିସେମ୍ୱର ୧୮ରେ ପ୍ରଜ୍ଞା ଠାକୁର ଏମ୍ସରେ ଭର୍ତ୍ତି ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।