ପାଣାଜୀ: ଲଗାତର ଦ୍ୱିତୀୟ ଥର ପାଇଁ ଗୋଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପ୍ରମୋଦ ସାଓ୍ୱନ୍ତ। ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିବା ପ୍ରମୋଦ ସାଓ୍ୱନ୍ତଙ୍କୁ ପୁଣି ଥରେ ଦଳ ମୁଖ୍ୟମନ୍ତ୍ରୀ ଭାବେ ଗୁରୁ ଦାୟିତ୍ୱ ପାଇଁ ବାଛିଚି। ଗୋଆର ଶ୍ୟାମା ପ୍ରସାଦ ମୁଖାର୍ଜୀ ଷ୍ଟାଡିୟମରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ସେ ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।
ତାଙ୍କ ସହ ବିଜେପି ବିଧାୟକ ବିଶ୍ୱଜିତ ରାଣେ, ମୌଭିନ ଗୋଡିନ୍ହୋ, ରବି ନାୟକ, ନୀଲେଶ କ୍ୟାବରାଲ, ସୁଭାଷ ଶିରୋଦକର, ରୋହନ ଖୁଣ୍ଟେ, ଆଟାନାସିଓ ମାନସେରେଟ୍ ଏବଂ ଗୋବିନ୍ଦ ଗୋଡେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି।
ଏହି ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀଙ୍କ ସମେତ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ।
ପ୍ରମୋଦ ସାୱନ୍ତ ଉତ୍ତର ଗୋଆର ସାଙ୍କଲିମରୁ ବିଧାୟକ ଅଟନ୍ତି। ୨୦୧୭ ରେ ବିଧାନସଭାର ବାଚସ୍ପତି ନିର୍ବାଚିତ ହୋଇଥିଲେ। ମାର୍ଚ୍ଚ ୨୦୧୯ରେ ସେ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ। ସେ ପେଶାରେ ଜଣେ ଆୟୁର୍ବେଦ ଡାକ୍ତର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ନିର୍ବାଚନ: ବିଜେପିର ପ୍ରଥମ ପ୍ରାର୍ଥୀ ତାଲିକା ଜାରି; ଜାଣନ୍ତୁ, କେଜ୍ରିୱାଲଙ୍କ ବିରୋଧରେ କାହାକୁ ଟିକେଟ ଦେଲା
ଗାନ୍ଧୀ ନଗର ବିଧାୟକ ଅନୀଲ ବାଜପେୟୀଙ୍କୁ ଏଥର ଟିକେଟ ଦେଇନି ବିଜେପି। ତାଙ୍କ ବଦଳରେ ପୂର୍ବତନ ଦିଲ୍ଲୀ କଂଗ୍ରେସ ମୁଖ୍ୟ ଅରବିନ୍ଦର ସିଂହ ଲଭଲୀଙ୍କୁ ଦଳ ଟିକେଟ ଦେଇଛି।
Guest Column
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଅଗ୍ରଗତି, ଊର୍ଦ୍ଧ୍ୱଗତି ଓ ରାଷ୍ଟ୍ରଭକ୍ତି
ଚଳିତ ବର୍ଷ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ୧୦୦ ବର୍ଷ ପୂରଣ କରୁଛି। ବ୍ରିଟିଶ୍ ଶାସନ ସମୟରେ ଯେତେବେଳେ ଦେଶରେ ସ୍ୱାଧୀନତା ସଂଗ୍ରାମ ପାଇଁ ସଜବାଜ ବ୍ୟାପକ ହେଉଥିଲା ସେହି ସମୟରେ ୧୯୨୫ରେ ହିନ୍ଦୁ ସାଂସ୍କୃତିକ ଓ ସାମାଜିକ ସଂଗଠନଗୁଡ଼ିକୁ ନୂଆରୂପ ଦେବା ପାଇଁ ଆରଏସଏସର ସ୍ଥାପନା କରାଯାଇଥିଲା।
National
୧୮ ବର୍ଷରୁ କମ୍ ପିଲାଙ୍କୁ କଟକଣା, ସୋଶାଲ ମିଡିଆ ଆକାଉଣ୍ଟ ପାଇଁ ଆବଶ୍ୟକ ପଡ଼ିବ ଅନୁମତି
ଏ ନେଇ କେନ୍ଦ୍ର ସରକାର ଆଣିବାକୁ ଯାଉଛନ୍ତି ଡିଜିଟାଲ ପର୍ସୋନାଲ ଡାଟା ପ୍ରୋଟେକ୍ସନ ଆକ୍ଟ ୨୦୨୫। ଏ ସମ୍ପର୍କରେ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ଇନଫର୍ମେଶନ ଟେକନୋଲଜି ମନ୍ତ୍ରାଳୟ ପକ୍ଷରୁ ଡ୍ରାଫ୍ଟ ରୁଲ୍ ବିଜ୍ଞପ୍ତି ପ୍ରକାଶ ପାଇଛି।
National
ମଣିପୁରରେ ପୁଣି ହିଂସା: DCP ଅଫିସ ଉପରେ ଆକ୍ରମଣ
ଆକ୍ରମଣରେ ଜଣେ ପୁଲିସ୍ ଅଧିକାରୀ ଆହତ ହୋଇଛନ୍ତି। ସେହିପରି ଡିସିପି ଅଫିସ ନିକଟରେ ରହିଥିବା ଏକାଧିକ ପୁଲିସ୍ ଗାଡ଼ିକୁ ଲୋକମାନେ ଭାଙ୍ଗି ଦେଇଛନ୍ତି।
Health
ଚାଇନାର ନୂଆ ଭାଇରସକୁ ନେଇ ଆତଙ୍କିତ ହୁଅନ୍ତୁନି: ସ୍ୱାସ୍ଥ୍ୟ ବିଭାଗ
ଚୀନରେ କୋରୋନାଠୁ ଆହୁରି ଦ୍ରୁତ ଗତିରେ ବ୍ୟାପୁଛି ନୂଆ ଭାଇରସ୍ HMPV। ହେଲେ ଏହାକୁ ନେଇ ଭାରତରେ ଚିନ୍ତିତ ହେବାର କିଛି ନାହିଁ ବୋଲି କହିଲା ସ୍ୱାସ୍ଥ୍ୟ ବିଭାଗ।