ନୂଆଦିଲ୍ଲୀ: ହସପିଟାଲରେ ଭର୍ତ୍ତି ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଖିର ମୋତିଆ ବିନ୍ଦୁ ଅସ୍ତ୍ରୋପଚାର ପାଇଁ ଦ୍ରୌପଦୀ ଆର୍ମି ହସପିଟାଲରେ ଭର୍ତ୍ତି ହୋଇଛନ୍ତି। ଏ ସମ୍ପର୍କରେ ରାଷ୍ଟ୍ରପତି ଭବନ ପକ୍ଷରୁ ମୁଖପାତ୍ର ସୂଚନା ଦେଇଛନ୍ତି। ତେବେ ଏହି ଅସ୍ତ୍ରୋପଚାର ସଫଳ ହୋଇଛି। ରାଷ୍ଟ୍ରପତିଙ୍କ ଆଖିର ସଫଳ ଅସ୍ତ୍ରୋପଚାର ହୋଇଥିବା ରାଷ୍ଟ୍ରପତ ଭବନ ପକ୍ଷରୁ କୁହାଯାଇଛି। ୬୪ ବର୍ଷୀୟ ଦ୍ରୌପଦୀ ପଞ୍ଚଦଶତମ ରାଷ୍ଟ୍ରପତି ଭାବେ ଗତ ଜୁଲାଇ ୨୫ ତାରିଖରେ ଶପଥ ଗ୍ରହଣ କରିଥିଲେ। ଆଜି ଆଖି ଅସ୍ତ୍ରୋପଚାର ପାଇଁ ଦ୍ରୌପଦୀ ଆର୍ମି ହସପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଏହି ସର୍ଜରୀ ସଫଳ ହୋଇଛି ଏବ ତାଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଥିବା କୁହାଯାଇଛି। ପଞ୍ଚଦଶ ରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ଚୟନରେ ଓଡ଼ିଆ ଝିଅ ତଥା ଜନଜାତି ନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କ ନାଁ ପ୍ରଧାନମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ ।ଆଉ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରାର୍ଥୀ ଘୋଷଣା ହେବା ପରେ ଦଳମତ ନିର୍ବିଶେଷରେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାୟ ଅଧିକାଂଶ ଦଳ ସମର୍ଥନ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।
National
ହସ୍ପିଟାଲ ବେଡରେ ବିନୋଦ କାମ୍ବଲି
ତାଙ୍କ ସ୍ୱାସ୍ଥାବସ୍ଥା ସ୍ଥିର ରହିଛି। କିନ୍ତୁ ଏବେ ସେ ବିପଦ ମୁକ୍ତ ହୋଇ ନଥିବା ଆଇଏଏନଏସ୍ ପକ୍ଷରୁ ଏକ୍ସରେ ସୂଚନା ଦିଆଯାଇଛି।
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
National
ସ୍କୁଲ ଛାଡ଼ିବାକୁ ଯିବା ବେଳେ ୨ ନାବାଳକ ସାବତ ଭାଇଙ୍କ ତଣ୍ଟି କାଟିଦେଲା
ଅଭିଯୁକ୍ତ ନୀରଜ ଶର୍ମା ତା’ର ଦୁଇ ସାବତ ଭାଇଙ୍କୁ ବାଇକରେ ସ୍କୁଲ ଛାଡ଼ିବାକୁ ନେଇଥିଲା। କିନ୍ତୁ ସ୍କୁଲ ଯିବା ବଦଳରେ ସେ ଉଭୟଙ୍କୁ ଗୋଟିଏ ନିଛାଟିଆ ସ୍ଥାନକୁ ନେଇ ଯାଇଥିଲା। ସେଠାରେ ସେ ଉଭୟଙ୍କୁ ତଣ୍ଟି କାଟି ହତ୍ୟା କରିଥିଲା।
National
ଶେଖ ହସିନାଙ୍କୁ ଢାକା ପଠାଅ: ଭାରତକୁ ଚିଠି ଲେଖିଲା ବାଂଲାଦେଶ
ଢାକା ଭିତ୍ତିକ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ(ଆଇସିଟି) ମାନବଜାତି ବିରୋଧରେ ଅପରାଧ ଓ ନରସଂହାର ଅଭିଯୋଗରେ ଶେଖ ହସିନା, ତାଙ୍କ ସରକାରରେ ଥିବା ମନ୍ତ୍ରୀ, ପରାମର୍ଶଦାତା, ପୂର୍ବତନ ସାମରିକ ଓ ବେସାମରିକ ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାଣି କରିଛନ୍ତି।