ଅମୃତସର: ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଜୋରଦାର ବିକ୍ଷୋଭ। ପଞ୍ଜାବର ବିଭିନ୍ନ ଶ୍ରମିକ ସଂଗଠନର ଶ୍ରମିକମାନେ ଏକାଠି ହୋଇ ଆଜି ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ବାସଭବନକୁ ଘେରାଉ କରିଛନ୍ତି । ବିଭିନ୍ନ ଦାବି ନେଇ ଏହି ଆନ୍ଦୋଳନ କରାଯାଥିବା ବେଳେ ପୁଲିସ ସହ ମୁହାଁମୁହିଁ ହୋଇଛି। ଶ୍ରମିକମାନେ ପ୍ରଥମେ ପଟିଆଲା ବାଇପାସରେ ପହଞ୍ଚି ସଙ୍ଗରୁରରେ ଥିବା ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ଯାତ୍ରା କରିଥିଲେ। ଫଳରେ ଭଗୱନ୍ତ ମାନଙ୍କ ବାସଭବନ ସମ୍ମୁଖରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି। ସେହିପରି ଭିଡ଼କୁ ନିୟନ୍ତ୍ରଣ ପାଇଁ ପୁଲିସ ଲାଟିଚାର୍ଜ କରିଛି। ଏଥିରେ ବହୁ ଶ୍ରମିକ ଆହତ ହୋଇଛନ୍ତି। ଶ୍ରମିକମାନେ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ଫାଟକ ବାହାରେ ଆନ୍ଦୋଳନ ଜାରି ରଖିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଫୁଟ୍ପାଥରେ ଶୋଇଥିଲେ ୯ ଜଣ, ମାଡ଼ିଗଲା ଡମ୍ପର୍
ଘଟଣାସ୍ଥଳରେ ହିଁ ୩ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ଛୋଟ ପିଲା ଅଛନ୍ତି। ସେହିପରି ଅନ୍ୟ ୬ ଜଣ ଗୁରୁତର ହୋଇଛନ୍ତି।
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
National
ଏଥର ବି ସାଧାରଣତନ୍ତ୍ର ଦିବସରେ ଦିଶିବନି ଦିଲ୍ଲୀର ପ୍ରଜ୍ଞାପନ ମେଢ଼
ଏହାକୁ ମିଶାଇ ୪ର୍ଥ ଥର ପାଇଁ ଦେଶର ରାଜଧାନୀ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ପ୍ରଦର୍ଶିତ କରିବାକୁ ଅନୁମତି ମିଳିନାହିଁ।
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
National
ଅଲ୍ଲୁ ଅର୍ଜୁନଙ୍କ ଘର ଆଗରେ ବିକ୍ଷୋଭ ଓ ଭଙ୍ଗାରୁଜା, ୮ ଗିରଫ
ବିକ୍ଷୋଭକାରୀ ଅଲ୍ଲୁ ଅର୍ଜୁନଙ୍କ ବାସଭବନରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ୮ ଜଣଙ୍କୁ ଉଠାଇ ନେଇଛି ପୁଲିସ।