Advertisment

ପେଗାସସ୍‌ ହ୍ୟାକ ତାଲିକାରେ ରାହୁଲ ଗାନ୍ଧି, ପ୍ରଶାନ୍ତ କିଶୋର ଓ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବା ଭଳି ତଥ୍ୟ ସାମ୍ନାକୁ ଆସିଛି। ସ୍ପାଇୱେୟାର ପେଗାସସ୍‌ ଦ୍ୱାରା ହ୍ୟାକ୍‌ର ଶିକାର ହୋଇଥିବା ଲୋକଙ୍କ ନାଁ ସାର୍ବଜନୀନ ହୋଇଛି। ଏଥିରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ଠାରୁ ଆରମ୍ଭ କରି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନାଁ ରହିଛି। ରବିବାର ରାତିରେ ପ୍ରାୟ ୩୦୦ ବିଶିଷ୍ଟ ଭାରତୀୟଙ୍କ ଗତିବିଧି ଉପରେ ନଜର ରଖିବା ପାଇଁ ଭାରତ ସରକାର ଇସ୍ରାଏଲ୍‌ ସଂସ୍ଥା ଏନଏସଓର ସ୍ପାଇୱେୟାର ପେଗାସସ୍‌କୁ ବ୍ୟବହାର କରୁଥିବା ରିପୋର୍ଟ ପ୍ରକାଶ ପାଇଥିଲା। ଇସ୍ରାଏଲର […]

ଅଦ୍ୟତନ ହୋଇଛି
ପେଗାସସ୍‌ ହ୍ୟାକ ତାଲିକାରେ ରାହୁଲ ଗାନ୍ଧି, ପ୍ରଶାନ୍ତ କିଶୋର ଓ ଅଶ୍ୱିନୀ ବୈଷ୍ଣବ

The-Print

Advertisment

ନୂଆଦିଲ୍ଲୀ: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବା ଭଳି ତଥ୍ୟ ସାମ୍ନାକୁ ଆସିଛି। ସ୍ପାଇୱେୟାର ପେଗାସସ୍‌ ଦ୍ୱାରା ହ୍ୟାକ୍‌ର ଶିକାର ହୋଇଥିବା ଲୋକଙ୍କ ନାଁ ସାର୍ବଜନୀନ ହୋଇଛି। ଏଥିରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ଠାରୁ ଆରମ୍ଭ କରି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନାଁ ରହିଛି।

Advertisment

ରବିବାର ରାତିରେ ପ୍ରାୟ ୩୦୦ ବିଶିଷ୍ଟ ଭାରତୀୟଙ୍କ ଗତିବିଧି ଉପରେ ନଜର ରଖିବା ପାଇଁ ଭାରତ ସରକାର ଇସ୍ରାଏଲ୍‌ ସଂସ୍ଥା ଏନଏସଓର ସ୍ପାଇୱେୟାର ପେଗାସସ୍‌କୁ ବ୍ୟବହାର କରୁଥିବା ରିପୋର୍ଟ ପ୍ରକାଶ ପାଇଥିଲା। ଇସ୍ରାଏଲର ଏନଏସଓ ସଂସ୍ଥା କେବଳ ବିଭିନ୍ନ ସରକାରଙ୍କୁ ହିଁ ପେଗାସସ୍‌କୁ ସ୍ପାଇୱେୟାର ବିକ୍ରି କରିଥାଏ।

ତେଣୁ ଭାରତ ସରକାର ଏହାକୁ ବ୍ୟବହାର କରୁଥିବା ଗୋଟିଏ ଜାତୀୟ ନ୍ୟୁଜ ୱେବସାଇଟ ଖବର ପ୍ରକାଶ କରିଥିଲା। ଏବେ ହ୍ୟାକର ଶିକାର ହୋଇଥିବା ବ୍ୟକ୍ତି ବିଶେଷଙ୍କ ନାଁ ଜାତୀୟ ଗଣମାଧ୍ୟମ ଏନଡିଟିଭି ପ୍ରକାଶ କରିଛି।

Advertisment

ରିପୋର୍ଟ ଅନୁସାରେ, ରାହୁଲ ଗାନ୍ଧି ଓ ଅଶ୍ୱିନୀ ବୈଷ୍ଣବଙ୍କ ବ୍ୟତୀତ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ମଧ୍ୟ ହ୍ୟାକର ଶିକାର ହୋଇଛନ୍ତି। ତାଲିକାରେ ମମତାଙ୍କ ପୁତୁରା ଅଭିଷେକ ବାନାର୍ଜୀ, ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ, ପୂର୍ବତନ ନିର୍ବାଚନ କମିଶନ ଅଶୋକ ଲାଭସା, ରାହୁଲ ଗାନ୍ଧିଙ୍କ ଦୁଇ ସହଯୋଗ ସଚିନ ରାଓ ଏବଂ ଅଲଙ୍କର ସବାଇଙ୍କ ନାଁ ମଧ୍ୟ ରହିଛି। କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କ ପୂର୍ବତନ ଏସଓଡିଙ୍କ ନାଁ ବି ରହିଛି।

ଆଜି ଏହି ପେଗାସସ୍‌ ରିପୋର୍ଟକୁ ନେଇ ସରକାରଙ୍କୁ ବଞ୍ଚାଇବାକୁ ନିଜେ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଚେଷ୍ଟା କରିଥିଲେ। ହେଲେ ତାଜା ରିପୋର୍ଟ ଅନୁସାରେ, ତାଙ୍କ ଫୋନ ନମ୍ବରକୁ ହିଁ ପେଗାସସ୍‌ ଦ୍ୱାରା ହ୍ୟାକ କରାଯାଇଥିବା କୁହାଯାଉଛି।

ସୂଚନାଯୋଗ୍ୟ, ଭାରତର ଦୁଇ ଜଣ କ୍ୟାବିନେଟ୍‌ ପାହ୍ୟା ମନ୍ତ୍ରୀ, ତିନି ଜଣ ବିରୋଧୀ ନେତା, ଜଣେ ସାମ୍ବିଧାନିକ କର୍ତ୍ତୃପକ୍ଷ, କେତେକ ବଛା ବଛା ସରକାରୀ ଅଫିସର, ବୈଜ୍ଞାନିକ, ୪୦ରୁ ଅଧିକ ସାମ୍ବାଦିକଙ୍କ ବିରୋଧରେ ପେଗାସସ୍‌ ଜରିଆରେ ଗୁଇନ୍ଦାଗିରି କରାଯାଉଛି। ଏମାନଙ୍କ ବ୍ୟତୀତ ସରକାରଙ୍କ ଗୁପ୍ତ ନଜରରେ ଥିବା ଅନ୍ୟ କେତେକ ବ୍ୟକ୍ତିଙ୍କ ମଧ୍ୟରେ ଅଛନ୍ତି ସାମାଜିକ କର୍ମୀ, ଆଇନଜୀବୀ ଓ ସୁପ୍ରିମକୋର୍ଟ ବିଚାରପତି। ଏହି ବ୍ୟକ୍ତିମାନଙ୍କ ଫୋନ୍‌ ତଥ୍ୟ ଖୋଳିତାଡ଼ି ବାହାର କରିବାର କୌଶଳ ହେଉଛି ପେଗାସସ୍‌। ଏହା ଏମିତି ଏକ ସ୍ପାଇୱେୟାର ଯେ ଏହା ଲୋକମାନଙ୍କର ଫୋନ୍‌ ନମ୍ବର ପାଇଗଲେ ତା’ ଭିତରେ ଥିବା ସମସ୍ତ ତଥ୍ୟ ଚୋରେଇ ନେଇପାରିବ।

ଫୋନ୍‌ରେ ହେଉଥିବା କଥାବାର୍ତ୍ତା, ହ୍ୱାଟ୍‌ସଆପ୍‌ ଚ୍ୟାଟ୍‌, ଫେସ୍‌ବୁକ୍‌ ଅପଡେଟ୍‌ ଆଦି ବହୁ ତଥ୍ୟ ଫୋନ୍‌ ବ୍ୟବହାରକାରୀଙ୍କ ଅଜ୍ଞାତସାରରେ ପେଗାସସ୍‌ ସ୍ପାଇୱୟାର୍‌ ଚୋରି କରି ଏହାର କ୍ରେତାଙ୍କୁ ଜଣେଇଦେବ। ଏହିପରି ଭାବେ ପେଗାସସ୍‌ ବିଶ୍ୱର ବହୁ ଲୋକଙ୍କର ଫୋନ୍‌ ତଥ୍ୟ ହାସଲ କରିଥିବା ଆମ୍‌ନେଷ୍ଟି ଇଣ୍ଟରନେସନାଲ ଓ ଫରବିଡିନ୍‌ ଷ୍ଟୋରିଜ୍‌ ଦାବି କରିଛନ୍ତି।

Online Fraud Pegasus Spyware
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe