ନୂଆଦିଲ୍ଲୀ: ଆତ୍ମହତ୍ୟା କଲେ ଜାତୀୟ ଇଣ୍ଟେଲିଜେନ୍ସ ଏଜେନ୍ସି ରିସର୍ଚ୍ଚ ଆଣ୍ଡ ଆନାଲିସିସି ୱିଙ୍ଗର ଜଣେ ଓଡ଼ିଆ ଅଫିସର୍। ଦିଲ୍ଲୀ ଲୋଧି କଲୋନୀ ସ୍ଥିତ ‘ର’ ଅଫିସ ମୁଖ୍ୟାଳୟର ୧୦ ମହଲାରୁ ଡେଇଁ ସେ ଆତ୍ମହତ୍ୟା କରିଥିବା ଜଣାପଡିଛି। ତେବେ କାହିଁକି ସେ ଆତ୍ମହତ୍ୟା କଲେ ତା’ର କାରଣ ଅସ୍ପଷ୍ଟ ରହିଛି।
ସୂଚନା ମୁତାବକ, ‘ର’ ଅଫିସରଙ୍କ ନାଁ ଅନିକେତ କୁମାର । ସେ କଟକର ବାସିନ୍ଦା। ସୋମବାର ସକାଳେ ସେ ୧୦ ମହଲା ଉପରେ ଥିବା ତାଙ୍କ ଅଫିସରେ ପହଞ୍ଚିବା ପରେ ଝରକାରୁ ଡେଇଁ ପଡିଥଲେ। ଏହାପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆଜି ତାଙ୍କ ମୃତଦେହର ପୋଷ୍ଟମର୍ଟମ କରାଯିବ।
ଦିଲ୍ଲୀ ପୁଲିସର ସୂଚନା ମୁତାବକ, ଗତ କିଛି ଦିନ ହେବ ପାରିବାରିକ କାରଣ ଯୋଗୁଁ ସେ ମାନସିକ ଅବସାଦରେ ଥିଲେ। ତେବେ ଅନିକେତ ଏଭଳି କାହିଁକି କଲେ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନ ଥିବାବେଳେ ପୁଲିସ ତଦନ୍ତ ଜାରି ରଖିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Viral
୩ୟ ଶ୍ରେଣୀ ଛାତ୍ରୀଙ୍କୁ ହୃଦଘାତ, ସ୍କୁଲରେ ଚାଲିଗଲା ଜୀବନ: ଭିଡିଓ ଭାଇରାଲ୍
ହାର୍ଟ ଆଟାକ ଯେ କେବଳ ପ୍ରାପ୍ତ ବୟସ୍କଙ୍କୁ ହୋଇଥାଏ, ତା’ହା ଭାବିବା ଭୁଲ। କାରଣ ଛୋଟ ପିଲା ମଧ୍ୟ ଏହାର ଶିକାର ହେବାରେ ଲାଗିଛନ୍ତି।
National
ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ତଳେ ଫସିଛନ୍ତି ବହୁ ଶ୍ରମିକ
ବର୍ତ୍ତମାନ ସୁଦ୍ଧା ୧୨ ଜଣଙ୍କୁ ଉଦ୍ଧାର କରାଯାଇଥିବା ପୁଲିସ ସୂଚନା ଦେଇଛି। ଘଟଣାସ୍ଥଳରେ ସ୍ଥାନୀୟ ପୁଲିସ ସମେତ ଏନଡିଆରଏଫ୍, ଏସଡିଆରଏଫ୍ ଓ ଦମକଳ ବାହିନୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି।
National
ଆସାମରେ ପଶିଲା HMPV, ୧୦ ମାସର ଶିଶୁ ସଂକ୍ରମିତ
ଆସାମରେ ଏଚଏମପିଭିରରେ କେହି ସଂକ୍ରମିତ ହେବା ଚଳିତ ଋତୁରେ ପ୍ରଥମ ଘଟଣା।
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।
National
ଘୃଣା ସୃଷ୍ଟିକାରୀ ବୟାନ ପାଇଁ ବିଜେପି ନେତାଙ୍କ ନାଁରେ ମାମଲା
ବିଜେପି ପକ୍ଷରୁ ଜର୍ଜଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାକୁ ବିରୋଧ କରାଯାଇଛି। ଏହାକୁ କ୍ଷମତାସୀନ ଏଲଡିଏଫ ସରକାରଙ୍କର ଗୋଟିଏ ରାଜନୀତିକ ଷଡ଼ଯନ୍ତ୍ର ବୋଲି ଦଳ ପକ୍ଷରୁ କୁହାଯାଇଛି।