ଟିଏମସି ମନ୍ତ୍ରୀଙ୍କ ସମ୍ପର୍କୀୟଙ୍କ ଘରୁ ବାହାରିଲା ୨୦ କୋଟି ଟଙ୍କା !

କୋଲକାତା: ଘରେ ଥିଲା ଟଙ୍କାର ପାହାଡ଼। ଟିଏମସି ମନ୍ତ୍ରୀଙ୍କ ସମ୍ପର୍କୀୟଙ୍କ ଘରୁ ବାହାରିଲା ଗଦାଗଦା ଟଙ୍କା। ଟିଏମସି ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ସମ୍ପର୍କୀୟ ଅର୍ପିତା ମୁଖାର୍ଜୀଙ୍କ ଘରୁ ପ୍ରାୟ ୨୦ କୋଟି ଟଙ୍କା ଜବତ କରିଛି ଇଡି। ପଶ୍ଚିମବଙ୍ଗ ସ୍କୁଲ ସର୍ଭିସ କମିଶନ ଏବଂ ପଶ୍ଚିମବଙ୍ଗ ପ୍ରାଇମେରି ଏଜୁକେଶନ ବୋର୍ଡ଼ ନିଯୁକ୍ତି ପରୀକ୍ଷାରେ ହୋଇଥିବା ମହାଘୋଟାଲାରେ ଅଭିଯୋଗ ଆସିବା ପରେ ଇଡି ପକ୍ଷରୁ ରେଡ୍‌ ହୋଇଥିଲା । ବିଭିନ୍ନ ସ୍ଥାନରେ ଇଡି ପକ୍ଷରୁ ରେଡ୍‌ ହୋଇଥିବା ବେଳେ […]

money

  • Published: Friday, 22 July 2022
  • , Updated: 22 July 2022, 09:23 PM IST

କୋଲକାତା: ଘରେ ଥିଲା ଟଙ୍କାର ପାହାଡ଼। ଟିଏମସି ମନ୍ତ୍ରୀଙ୍କ ସମ୍ପର୍କୀୟଙ୍କ ଘରୁ ବାହାରିଲା ଗଦାଗଦା ଟଙ୍କା। ଟିଏମସି ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ସମ୍ପର୍କୀୟ ଅର୍ପିତା ମୁଖାର୍ଜୀଙ୍କ ଘରୁ ପ୍ରାୟ ୨୦ କୋଟି ଟଙ୍କା ଜବତ କରିଛି ଇଡି। ପଶ୍ଚିମବଙ୍ଗ ସ୍କୁଲ ସର୍ଭିସ କମିଶନ ଏବଂ ପଶ୍ଚିମବଙ୍ଗ ପ୍ରାଇମେରି ଏଜୁକେଶନ ବୋର୍ଡ଼ ନିଯୁକ୍ତି ପରୀକ୍ଷାରେ ହୋଇଥିବା ମହାଘୋଟାଲାରେ ଅଭିଯୋଗ ଆସିବା ପରେ ଇଡି ପକ୍ଷରୁ ରେଡ୍‌ ହୋଇଥିଲା । ବିଭିନ୍ନ ସ୍ଥାନରେ ଇଡି ପକ୍ଷରୁ ରେଡ୍‌ ହୋଇଥିବା ବେଳେ କେବଳ  ଅର୍ପିତା ମୁଖାର୍ଜୀଙ୍କ ଘରୁ  ଆଖି ତରାଟିଲା ଭଳି ଟଙ୍କା ବାହାରିଛି। ସର୍ଚ୍ଚ ଅପରେଶନ ବେଳେ ଅର୍ପିତାଙ୍କ ଘରୁ ୨୦ କୋଟି ଟଙ୍କା ଜବତ କରାଯାଇଛି। ଏସଏଏସି ସ୍କାମରେ ଏହି ଟଙ୍କା ଆଦାୟ କରାଯାଇଥିବା ସନ୍ଦେହ କରାଯାଉଛି ।

ତେବେ ଟଙ୍କା ଗଣନା ପାଇଁ ବ୍ୟାଙ୍କ ଅଫିସରଙ୍କ ସହାୟତା ନିଆଯାଇଥିଲା। ଏତେ ଗୁଡ଼ିଏ ଟଙ୍କା ଗଣନା ପାଇଁ ଟଙ୍କା ଗଣନା ମେସିନକୁ ନିୟୋଜିତ କରାଯାଇଛି। ସେହିପରି ଅର୍ପିତାଙ୍କ ଘରୁ ୨୦ଟି ମୋବାଇଲ ଜବତ କରାଯାଇଛି। ରେଡ୍‌ ବେଳେ ଅର୍ପିତାଙ୍କ ଘରୁ ନୂଆ ୫୦୦ ଏବଂ ୨୦୦୦ ଟଙ୍କିଆ ନୋଟ୍‌ ବାହାରିଛି। ସେହିପରି ଟିଏମସି ନେତା ପାର୍ଥ ଚାଟାର୍ଜୀଙ୍କ ଘରେ ମଧ୍ୟ ଇଡି ରେଡ୍‌ କରିଛି।  ସେହିପରି ଏସଏସସି ସ୍କାମରେ ପୂର୍ବରୁ ପାର୍ଥ ଚାଟାର୍ଜୀ ଏବଂ ପରେଶ ଅଧିକାରୀ ନାମକ ୨ ଜଣ ମନ୍ତ୍ରୀଙ୍କୁ ସିବିଆଇ ରେଡ୍‌ କରିଛି । ଏବେ ଇଡି ପାର୍ଥ ଚାଟାର୍ଜୀଙ୍କ ଏହି ଘୋଟାଲାରେ ସମ୍ପୃକ୍ତ ଥିବା ଏକାଧିକ ଅଧିକାରୀଙ୍କ ଘରେ ରେଡ୍ କରିଛି।

Related story