ନୂଆଦିଲ୍ଲୀ: ଅଦାଲତ ଅବମାନନା ମାମଲାରେ ସୁପ୍ରିମକୋର୍ଟ ବିଜୟ ମାଲ୍ୟାଙ୍କୁ ଦଣ୍ଡାଦେଶ ଶୁଣାଇଛନ୍ତି। ସର୍ବୋଚ୍ଚ ଅଦାଲତ ମଲ୍ୟାଙ୍କୁ ୪ ମାସ ଜେଲ ଦଣ୍ଡ ସହ ୨ ହଜାର ଟଙ୍କା ଜରିମାନା କରିଛନ୍ତି । ଜରିମାନା ପଇଠ ନକଲେ ଦୁଇ ମାସର ଅତିରିକ୍ତ ଜେଲ ଦଣ୍ଡ ମିଳିବ । କୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ବକେୟା ଅର୍ଥ ନଦେବାରୁ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ବିଜୟ ମାଲ୍ୟାଙ୍କ ବିରୋଧରେ ଆବେଦନ କରିଥିଲା ୨୦୧୭ର ଏକ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟଙ୍କ ୩ ଜଣିଆ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି । ୨୦୧୭ରେ ବିଜୟ ମାଲ୍ୟା ୪୦ ମିଲିୟନ ଡଲାର ନିଜ ପିଲାମାନଙ୍କ ନାଁରେ ଟ୍ରାନ୍ସଫର କରିଥିଲେ । ବିଦେଶକୁ ଟ୍ରାନ୍ସଫର ହୋଇଥିବା ଏହି ୪୦ ମିଲିୟନ ଡଲାର ୪ ସପ୍ତାହ ମଧ୍ୟରେ ଦେବାକୁ ପଡିବ ବୋଲି କୋର୍ଟ କହିଛନ୍ତି । ଏହି ଅର୍ଥ ଟ୍ରାନ୍ସଫରକୁ କୋର୍ଟ ଅସିଦ୍ଧ ବୋଲି କହିଛନ୍ତି । ଏବେ ଏହି ସମୁଦାୟ ଅର୍ଥ ରାଶିକୁ ଗ୍ରହୀତା ୮ ପ୍ରତିଶତ ସୁଧ ସହ ଫେରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ୪ ସପ୍ତାହ ସୁଦ୍ଧା ରିକଭରି ଅଧିକାରୀଙ୍କୁ ଏହି ଅର୍ଥ ଫେରାଇବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।
National
ଲିଫ୍ଟ ଦେଉଥିଲା, ଜୀବନ ନେଉଥିଲା: ୧୧ ଜଣଙ୍କୁ ମାରିବା ପରେ ଧରାପଡ଼ିଲା
ଜଣେ ମୃତକଙ୍କ ପୀଠରେ ଅଭିଯୁକ୍ତ ଜଣକ ପିଠିରେ ଧୋକା ବାଜ ବୋଲି ଲେଖିଥିଲା। ପୀଡ଼ିତ ଜଣଙ୍କ ପୂର୍ବତନ ସେନା କର୍ମଚାରୀ। ସେ ଗୋଟିଏ ଘରୋଇ ଫ୍ୟାକ୍ଟ୍ରୀରେ ସିକ୍ୟୁରିଟୀ ଗାର୍ଡ ଭାବେ କାମ କରୁଥିଲେ।
Politics
କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା, କହିଲେ ଏମିତି କଥା
ମୋଦି ଦାବି କରିଛନ୍ତି ଯେ ବାବା ସାହେବ ଆମ୍ବେଦକର ଭାରତର ଜଳ ସଂରକ୍ଷଣ ନୀତିକୁ ଉପଯୁକ୍ତ ରୂପ ଦେବାକୁ ଚେଷ୍ଟା କରୁଥିବା ବେଳେ କଂଗ୍ରେସ ନିୟମିତ ଭାବେ ତାଙ୍କ ଅବଦାନକୁ ଅଣଦେଖା କରି ଆସୁଥିଲା।