ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ପ୍ରବଳ ବର୍ଷା ଲାଗି ରହିଛି। ଗତକାଲିଠୁ ଲାଗି ରହିଥିବା ବର୍ଷାକୁ ଯୋଗୁଁ ଦିଲ୍ଳୀର ବିଭିନ୍ନ ଅଞ୍ଚଳରେ ପାଣି ଜମିଛି । ତୋଗଲୋକାବାଦ୍, ଚାଣକ୍ୟପୁରୀ, ଜନକପୁରୀ, ପୁରୁଣା ଦିଲ୍ଲୀ ଭଳି ବିଭିନ୍ନ ଅଞ୍ଚଳରେ ରାସ୍ତା ଉପରେ ପାଣି ସୁଅ କାଟୁଛି । ଫଳରେ ଏହାର ସିଧା ପ୍ରଭାବ ଟ୍ରାଫିକ୍ ଚଳାଚଳ ଉପରେ ପଡ଼ିଛି । ଦିଲ୍ଲୀରୁ ଗୁରୁଗ୍ରାମ ଜାତୀୟ ରାଜପଥରେ ବି ପାଣି ଜମିଛି । ବହୁ ସଂଖ୍ୟାରେ ଗାଡ଼ି ଅଟକି ରହିବି ଯୋଗୁଁ ଟ୍ରାଫିକ୍ ଜାମ ପରିସ୍ଥିତି ସୃଷ୍ଟି ହୋଇଛି।
ସେହିପରି ହରିୟାଣାରେ ପ୍ରବଳ ବର୍ଷା ଲାଗି ରହିଛି। ହରିୟାଣାର ବିଭିନ୍ନ ସ୍ଥାନରେ ମୁଶଳଧାରାରେ ବର୍ଷା ହୋଇଛି । ବିଶେଷ କରି ଗୁରୁଗ୍ରାମରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି। ଏପରିକି ରାଜପଥ ଗୁଡ଼ିକରେ ପ୍ରବଳ ପାଣି ଜମି ରହିଥିବାରୁ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖିନ ହୋଇଛନ୍ତି । ଯେଉଁଠି ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଛି , ସେଠାରେ ସ୍ଥିତି ସଂଗୀନ ହୋଇଛି ଘଣ୍ଟା ଘଣ୍ଟା ଧରି ଲୋକେ ଯାତାୟତରେ ସମସ୍ୟା ଭୋଗୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।
National
ହସ୍ପିଟାଲ ବେଡରେ ବିନୋଦ କାମ୍ବଲି
ତାଙ୍କ ସ୍ୱାସ୍ଥାବସ୍ଥା ସ୍ଥିର ରହିଛି। କିନ୍ତୁ ଏବେ ସେ ବିପଦ ମୁକ୍ତ ହୋଇ ନଥିବା ଆଇଏଏନଏସ୍ ପକ୍ଷରୁ ଏକ୍ସରେ ସୂଚନା ଦିଆଯାଇଛି।
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
National
ସ୍କୁଲ ଛାଡ଼ିବାକୁ ଯିବା ବେଳେ ୨ ନାବାଳକ ସାବତ ଭାଇଙ୍କ ତଣ୍ଟି କାଟିଦେଲା
ଅଭିଯୁକ୍ତ ନୀରଜ ଶର୍ମା ତା’ର ଦୁଇ ସାବତ ଭାଇଙ୍କୁ ବାଇକରେ ସ୍କୁଲ ଛାଡ଼ିବାକୁ ନେଇଥିଲା। କିନ୍ତୁ ସ୍କୁଲ ଯିବା ବଦଳରେ ସେ ଉଭୟଙ୍କୁ ଗୋଟିଏ ନିଛାଟିଆ ସ୍ଥାନକୁ ନେଇ ଯାଇଥିଲା। ସେଠାରେ ସେ ଉଭୟଙ୍କୁ ତଣ୍ଟି କାଟି ହତ୍ୟା କରିଥିଲା।
National
ଶେଖ ହସିନାଙ୍କୁ ଢାକା ପଠାଅ: ଭାରତକୁ ଚିଠି ଲେଖିଲା ବାଂଲାଦେଶ
ଢାକା ଭିତ୍ତିକ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ(ଆଇସିଟି) ମାନବଜାତି ବିରୋଧରେ ଅପରାଧ ଓ ନରସଂହାର ଅଭିଯୋଗରେ ଶେଖ ହସିନା, ତାଙ୍କ ସରକାରରେ ଥିବା ମନ୍ତ୍ରୀ, ପରାମର୍ଶଦାତା, ପୂର୍ବତନ ସାମରିକ ଓ ବେସାମରିକ ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାଣି କରିଛନ୍ତି।