କଶ୍ମୀର: ରବିବାର ଦକ୍ଷିଣ କଶ୍ମୀରର କୁଲଗାମ ଜିଲ୍ଲାରେ ଆତଙ୍କବାଦୀଙ୍କ ଗୁଳିମାଡ଼ କରିଛନ୍ତି। ଏଥିରେ ୨ ଜଣ ଶ୍ରମିକ ନିହତ ହୋଇନ୍ତି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। କିନ୍ତୁ ଶ୍ରମିକମାନ ସ୍ଥାନୀୟ ଅଞ୍ଚଳର ବାସିନ୍ଦା ନୁହନ୍ତି ବୋଲି ଜଣାପଡ଼ିଛି। ମୃତ ବ୍ୟକ୍ତିମାନେ ବିହାର ବାସିନ୍ଦା ରାଜା ଦେବୀ ଏବଂ ଯୋଗୀନ୍ଦର ରେସି ଦେବ ବୋଲି ଜଣାପଡିଛି। ଆହତ ବ୍ୟକ୍ତିଙ୍କ ନାମ ଚୁନ୍ ଚୁନ୍ ରେଶି ଦେବ ବୋଲି ଜଣାପଡିଛି। କୁଲଗାମର ଲାରାନ ଗାଙ୍ଗିପୋରା ୱାନପୋହରେ ଶ୍ରମିକଙ୍କ ଭଡା ଘରେ ପ୍ରବେଶ କରି ସେମାନଙ୍କ ଉପରକୁ ଗୁଳି ଚଳାଇଥିଲେ ଆତଙ୍କବାଦୀ । ଏଥିରେ ୩ଜଣ ଶ୍ରମିକ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଦିନକପୂର୍ବରୁ ୨ ଜଣଙ୍କୁ ଗୁଳିମାଡ଼ କରି ହତ୍ୟା କରଥିଲେ ଆତଙ୍କବାଦୀ। ସେମାନଙ୍କ ମଧ୍ୟରୁ ଜଣେ ବିହାରର ଷ୍ଟ୍ରିଟ ହକର ହୋଇଥିବା ବେଳେ ଆଉ ଜଣେ ହେଛନ୍ତି ଉତ୍ତରପ୍ରଦେଶର ଶ୍ରମିକ। ତେଣୁ ଉକ୍ତ ଇଲାକାରେ ଏମିତି ବାରମ୍ବାର ଆତଙ୍କବାଦୀଙ୍କ ଟାର୍ଗେଟ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।