ନୂଆଦିଲ୍ଲୀ: ଫେବୃଆରୀ ୨୬ ଭାରତ ବନ୍ଦ ପାଇଁ ଡାକରା ଦେଇଛି କନଫେଡେରେଶନ ଅଫ୍ ଅଲ୍ ଇଣ୍ଡିଆ ଟ୍ରେଡର୍ସ (ସିଏଆଇଟି)। ବିଭିନ୍ନ ସାମଗ୍ରୀରେ କେନ୍ଦ୍ର ସରକାର ଲଗାଇଥିବା ଜିଏସଟିକୁ ସମୀକ୍ଷା କରିବାକୁ ଦାବି କରି ସିଆଇଟି ଏହି ବନ୍ଦ ଡାକରା ଦେଇଛି। ଏହି ଦିନ ସମସ୍ତ ବ୍ୟବସାୟିକ ବଜାର ବନ୍ଦ ରଖିବାକୁ ଆହ୍ୱାନ କରିଛି ସିଏଆଇଟି। ଏହାକୁ ସମର୍ଥନ ଦେଇଛନ୍ତି ସମସ୍ତ ରାଜ୍ୟର ଟେଡର୍ସ ସଂଘ।
ତେଲ ଦର ବୃଦ୍ଧି, ଇ-ଓ୍ୱେୟ ସ୍କ୍ରାପିଂ ବିଲକୁ ବିରୋଧ, ଇ-କମର୍ସ କମ୍ପାନୀ ଆମାଜନକୁ ବିରୋଧ କରି ଏହି ବନ୍ଦ ଡାକରା ଦିଆଯାଇଥିବା The All India Transporters Welfare Association (AITWA)ର ସଭାପତି ମହେନ୍ଦ୍ର ଆର୍ଯ୍ୟ କହିଛନ୍ତି। ଏହି ଦିନ ଚକା ଜାମ କରିବାକୁ ମଧ୍ୟ ଦେଶର ପରିବହନ ସଂଘ ଚେତାବନୀ ଦେଇଛି। ଦେଶରେ ଏଫଏମଜିସି ଡିଷ୍ଟ୍ରିବ୍ୟୁଟର ସଂଘ, ଆଲୁମିନିୟମ ବାସନକୁସନ ତିଆରି କରୁଥିବା ବ୍ୟବସାୟୀ ସଂଘ ଆଦି ଅନେକ ସଂଘ ଏହି ବନ୍ଦ ଡାକରାକୁ ସମର୍ଥନ ଜଣାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।