ନୂଆଦିଲ୍ଳୀ: ବିଜେପି ନେତା ତଥା ଉତ୍ତରପ୍ରଦେଶର ସଂଗଠନ ସମ୍ପାଦକ ସୁନୀଲ ବଂଶଲଙ୍କୁ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ନିଯୁକ୍ତ କରାଯାଇଛି। ଏଥିସହ ତାଙ୍କୁ ୩ ରାଜ୍ୟ ବିଜେପି ପ୍ରଭାରୀ ନିଯୁକ୍ତ କରାଯାଇଛି। ସୁନୀଲଙ୍କୁ ଓଡ଼ିଶା ସହ ପଶ୍ଚିମବଙ୍ଗ, ତେଲେଙ୍ଗାନା ଦାୟିତ୍ୱ ମିଳିଛି। ଦଳ ତାଙ୍କ ଉପରେ ଅଖଣ୍ଡ ବିଶ୍ୱାସ ରଖି ଏହି ଦାୟିତ୍ୱ ଦେଇଥିବା ଜଣାପଡ଼ିଛି। ଆସନ୍ତା ୨୦୨୪ ନିର୍ବାଚନକୁ ଆଖି ଆଗରେ ରଖି ବିଜେପି ଏହି ପଦକ୍ଷେପ ନେଇଥିବା କୁହାଯାଉଛି।
ସୂଚନା ଥାଇକି, ସେ ୨୦୧୪ ଲୋକସଭା ନିର୍ବାଚନରେ ୟୁପିର କୋ-ଇନ୍ଚାର୍ଜ ରହିଥିଲେ। ଏହି ସମୟରେ ବିଜେପି ଏଠାରେ ୮୦ଟି ସିଟ୍ ମଧ୍ୟରୁ ୭୩ଟି ସିଟ୍ ଜିତି ରେକର୍ଡ ସୃଷ୍ଟି କରିଥିଲା। ଯାହା ପରେ ତାଙ୍କୁ ୟୁପି ବିଜେପିର ଗୁରୁଦାୟିତ୍ୱ ଦିଆଯାଇଥିଲା। ଏହା ପରେ ସେ ୨୦୧୭-୧୯ ଏବଂ ୨୦୨୨ ଉତ୍ତରପ୍ରଦେଶର ବିଧାନସଭା ଓ ଲୋକସଭା ନିର୍ବାଚନରେ ବିଜେପି ନିମନ୍ତେ ଉତ୍ତମ କାମ କରି ଅଲୋଚନାକୁ ଆସିଥିଲେ।
ତେଣୁ ୨୦୨୨ରେ ତାଙ୍କୁ କେନ୍ଦ୍ରୀୟ ରାଜନୀତିରେ ପ୍ରବେଶ କରାଇବା ନିମନ୍ତେ ବିଜେପି ରଣନୀତି ପ୍ରସ୍ତୁତ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୬ ଦିନିଆ ଆମେରିକା ଗସ୍ତରେ ଯିବେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର
ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଶାସନକୁ ଫେରିବା ପରେ ଏହା କୌଣସି ଭାରତୀୟ ମନ୍ତ୍ରୀଙ୍କ ପ୍ରଥମ ଆମେରିକା ଗସ୍ତ। ଦ୍ୱିପାକ୍ଷିକ ସମ୍ପର୍କ ସହିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗ ଉପରେ ହେବ ଆଲୋଚନା।
National
ବଢ଼ିଲା ଅଲ୍ଲୁ ଅର୍ଜୁନଙ୍କ ଅଡ଼ୁଆ, ପୁଲିସ କଲା ସମନ
ଆସନ୍ତାକାଲି ଦିନ ୧୧ଟାରେ ଥାନାରେ ହାଜର ହେବାକୁ ତାଙ୍କୁ କୁହାଯାଇଛି।
National
ହାଇକୋର୍ଟଙ୍କ ସାଂଘାତିକ ରୁଲିଂ: ମୃତଦେହ ସହ ସେକ୍ସ କରିବା ଦୁଷ୍କର୍ମ ନୁହେଁ
ଜଣେ ନାବାଳିକାଙ୍କ ମୃତଦେହ ସହ ଦୁଷ୍କର୍ମ କରିବା ଅଭିଯୋଗରେ ନୀଲୁ ନାଗେଶ ନିକଟରେ ତଳ କୋର୍ଟରେ ଦୋଷମୁକ୍ତ ହୋଇଥିଲେ।
National
୫୦ ଲକ୍ଷ ଟଙ୍କା ଦେଲେ ପୁଷ୍ପା-୨ ନିର୍ମାତା; ଅଲ୍ଲୁ ଅର୍ଜୁନ ଦାୟୀ ନୁହନ୍ତି କହିଲେ ମୃତକଙ୍କ ସ୍ୱାମୀ
ଥାନାରେ କରିଥିବା ଅଭିଯୋଗ ମଧ୍ୟ ଉଠାଇନେବାକୁ ପ୍ରସ୍ତୁତ ଥିବା କହିଛନ୍ତି ମୃତ ମହିଳାଙ୍କ ସ୍ୱାମୀ। ପୁଅ ୨୦ ଦିନ ହେଲା କୋମାରେ, କିଛି ଜାଣିପାରୁନି।
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।