ସ୍ୱଚ୍ଛ ଓ ସବୁଜ ଊର୍ଜା ଆପଣାଇବା ଦିଗରେ ଭାରତ-ଆମେରିକା ସହଯୋଗୀ ହେବେ: ଧର୍ମେନ୍ଦ୍ର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭାରତ ଗସ୍ତରେ ଆସିଥିବା ଆମେରିକାର ସ୍ୱତନ୍ତ୍ର ଜଳବାୟୁ ରାଷ୍ଟ୍ର ପ୍ରତିନିଧି ଜନ୍ କେରି ବୁଧବାର ନୂଆଦିଲ୍ଲୀ ଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି ଭାରତର ଊର୍ଜା କ୍ଷେତ୍ର ସହ ଜଡ଼ିତ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଅନୁଷ୍ଠିତ ଏହି ବୈଠକରେ ଭାରତର ବୃହତ ଊର୍ଜା ବଜାରରେ କମ୍ ଅଙ୍ଗାରକାମ୍ଳଯୁକ୍ତ ମାର୍ଗ ତଥା ସହ ଗ୍ୟାସ, ଅକ୍ଷୟ ଊର୍ଜା, ଜୈବ ଇନ୍ଧନ ଏବଂ ହାଇଡ୍ରୋଜେନ୍ କ୍ଷେତ୍ର ପାଇଁ ଜଡ଼ିତ ପ୍ରଯୁକ୍ତିବିଦ୍ୟା ଓ ଅର୍ଥନୈତିକ ବିକଶିତ […]

US-Special-Presidential-Env

Ranjit Kumar Jena
  • Published: Thursday, 08 April 2021
  • , Updated: 08 April 2021, 04:43 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭାରତ ଗସ୍ତରେ ଆସିଥିବା ଆମେରିକାର ସ୍ୱତନ୍ତ୍ର ଜଳବାୟୁ ରାଷ୍ଟ୍ର ପ୍ରତିନିଧି ଜନ୍ କେରି ବୁଧବାର ନୂଆଦିଲ୍ଲୀ ଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି ଭାରତର ଊର୍ଜା କ୍ଷେତ୍ର ସହ ଜଡ଼ିତ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି।

ଅନୁଷ୍ଠିତ ଏହି ବୈଠକରେ ଭାରତର ବୃହତ ଊର୍ଜା ବଜାରରେ କମ୍ ଅଙ୍ଗାରକାମ୍ଳଯୁକ୍ତ ମାର୍ଗ ତଥା ସହ ଗ୍ୟାସ, ଅକ୍ଷୟ ଊର୍ଜା, ଜୈବ ଇନ୍ଧନ ଏବଂ ହାଇଡ୍ରୋଜେନ୍ କ୍ଷେତ୍ର ପାଇଁ ଜଡ଼ିତ ପ୍ରଯୁକ୍ତିବିଦ୍ୟା ଓ ଅର୍ଥନୈତିକ ବିକଶିତ କରିବା ଉପରେ ଉଭୟ ଦେଶ ସହଯୋଗୀ ହେବା ନେଇ ମତପ୍ରକାଶ ପାଇଥିଲା।

ଏହି ବୈଠକରେ ଜନ୍ କେରି ଭାରତ ଦ୍ୱାରା ପରିବେଶର ସୁରକ୍ଷା ପାଇଁ ନିଆଯାଇଥିବା ପଦକ୍ଷେପ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜଳବାୟୁ ପରିବର୍ତ୍ତନ ପ୍ରତି ଥିବା ଆଧ୍ୟାତ୍ମିକ ଓ ଭାବାତ୍ମକ ପ୍ରତିବଦ୍ଧତାକୁ ପ୍ରଶଂସା କରିଥିବା ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି।

ଗତ ମାର୍ଚ୍ଚ ୨୯ ତାରିଖରେ ଆମେରିକାର ଊର୍ଜା ସଚିବ ଜେନିଫର ଗ୍ରାନହୋଲମ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ମଧ୍ୟରେ ପ୍ରଥମ ଭର୍ଚୁଆଲ ବୈଠକରେ ହୋଇଥିବା ଆଲୋଚନା ଉପରେ ମଧ୍ୟ ଚର୍ଚ୍ଚା ହୋଇଥିଲା। ସ୍ୱଚ୍ଛ ଏବଂ ସବୁଜ ଊର୍ଜା ଆପଣାଇବା ଦିଗରେ ମଧ୍ୟ ଏହି ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା ।

Related story