କୋଲକାତା: କରୋନାରେ ଚାଲିଗଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସାନ ଭାଇ। ତାଙ୍କ ନାଁ ଅସୀମ ବାନାର୍ଜୀ। ଆଜି ସକାଳେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।
ଅସୀମ ମାସେ ହେଲା କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ତାଙ୍କୁ କୋଲକାତାର ମେଡ଼ିକା ସୁପରସ୍ପେଶାଲିଟି ହସପିଟାଲରେ ରଖାଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ଅସୀମଙ୍କ ଶେଷକୃତ୍ୟ କରୋନା ନିୟମାବଳୀ ଅନୁସାରେ କରାଯିବ।
ପଶ୍ଚିମବଙ୍ଗରେ ଗତ ୨୪ ଘଣ୍ଟାରେ ୨୦,୮୪୬ ଜଣ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହା ସହିତ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୯୪ ହଜାର ୮୦୨ ହୋଇଯାଇଛି। ସେହିପରି ଆଉ ୧୪୬ ଜଣଙ୍କ ମୃତ୍ୟୁ ଘଟିବା ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨,୯୯୩କୁ ବୃଦ୍ଧି ପାଇଛି।
ସୂଚନାଯୋଗ୍ୟ, ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ଲଗାତାର ତୃତୀୟ ଥର ପାଇଁ ପଶ୍ଚିମବଙ୍ଗରେ କ୍ଷମତାସୀନ ହୋଇଛି। ନିକଟରେ ଶେଷ ହୋଇଥିବା ବିଧାନସଭା ନିର୍ବାଚନରେ ଦଳକୁ ୨୧୩ଟି ଆସନରେ ବିଜୟ ପ୍ରାପ୍ତି ହୋଇଛି। ମମତା ନିଜେ ନିର୍ବାଚନ ହାରିଥିଲେ ସୁଦ୍ଧା ପୁଣି ମୁଖ୍ୟମନ୍ତ୍ରୀ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।