କୋଲକାତା: ଦିନକୁ ଦିନ ଦେଶରେ ବଢ଼ି ଚାଲିଛି ହତ୍ୟା ଘଟଣା। ଏବେ ପଶ୍ଚିମବଙ୍ଗରେ ତ୍ରୁଣମୂଳ କଂଗ୍ରେସ ନେତାଙ୍କ ସମେତ ତିନି ଜଣଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଦକ୍ଷିଣ ୨୪ ପରଗନା ଜିଲ୍ଲାରେ ଏହି ଘଟଣା ଘଟିଛି।
ସୂଚନା ମୁତାବକ, କିଛି ଅଜଣା ବ୍ୟକ୍ତି ବାଇକ୍ରେ ଯାଉଥିବା ଟିଏମ୍ସି ନେତା ସ୍ୱପନ ମାଝୀ ଓ ତାଙ୍କର ଦୁଇ ଜଣ ସାଥୀଙ୍କୁ ଗୁଳିମାଡ କରିଥିଲେ। ଘଟଣାସ୍ଥଳରେ ହିଁ ତିନି ଜଣଙ୍କ ମୃତ୍ୟୁ ହୋଇଛି।
କୁହାଯାଉଛି ଯେ, ଦକ୍ଷିଣ ୨୪ ପରଗନା ଜିଲ୍ଲାର କ୍ୟାନିଙ୍ଗରେ ଟିଏମ୍ସି ନେତା ସ୍ୱପନ ମାଝୀ ନିଜ ଦୁଇ ସାଥୀଙ୍କ ସହ ବାଇକ୍ରେ ଯାଉଥିଲେ। ସେ ବଜାରରୁ ଫେରିବା ବେଳେ କିଛି ଲୋକ ତାଙ୍କ ବାଇକ୍କୁ ଅଟକାଇ ତାଙ୍କ ଜନଗହଳି ପୂର୍ଣ୍ଣ ସ୍ଥାନରେ ଉପରକୁ ଆଖିବୁଜା ଗୁଳିମାଡ କରିଥିଲେ। ଏହାଦେଖି ତାଙ୍କ ସହଯୋଗୀମାନେ ପଳାଇ ଯିବାକୁ ଚେଷ୍ଟା କରିବା ବେଳେ ତାଙ୍କ ଉପରକୁ ମଧ୍ୟ ଗୁଳିମାଡ ହୋଇଥିଲା। ଏହାପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପୁଲିସ ଘଟଣାସ୍ଥଳରୁ ଗୁଳିର ଖାଲି ଖୋକା ଓ ବୋମା ଜବତ କରିଛି। ଘଟଣାର ତଦନ୍ତ ଜାରି ରଖିଛି ପୁଲିସ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।