ବାଂଲାଦେଶରେ ‘ସିତ୍ରାଙ୍ଗ’ର ତାଣ୍ଡବ, ୭ ମୃତ

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ସିତ୍ରାଙ୍ଗ୍ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ମଙ୍ଗଳବାର ଭୋରୁ ବାଂଲାଦେଶରେ ସ୍ଥଳଭାଗ ଛୁଇଁଛି। ବାତ୍ୟା ଯୋଗୁଁ ପ୍ରବଳ ପବନ ବର୍ଷାରେ ବାଂଲାଦେଶରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କିଛି ଲୋକ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ନିରାପଦ ସ୍ଥାନକୁ ଆଣିବାକୁ ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି। ଲ୍ୟାଣ୍ଡଫଲ କରିବା ବେଳେ ପବନର ବେଗ ସର୍ବାଧିକ ୧୦୦ କିଲୋମିଟର ରହିଥିଲା ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା […]

cyclone

Madhupriya Mistry
  • Published: Tuesday, 25 October 2022
  • , Updated: 25 October 2022, 08:17 AM IST

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ସିତ୍ରାଙ୍ଗ୍ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ମଙ୍ଗଳବାର ଭୋରୁ ବାଂଲାଦେଶରେ ସ୍ଥଳଭାଗ ଛୁଇଁଛି। ବାତ୍ୟା ଯୋଗୁଁ ପ୍ରବଳ ପବନ ବର୍ଷାରେ ବାଂଲାଦେଶରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କିଛି ଲୋକ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ନିରାପଦ ସ୍ଥାନକୁ ଆଣିବାକୁ ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି।

ଲ୍ୟାଣ୍ଡଫଲ କରିବା ବେଳେ ପବନର ବେଗ ସର୍ବାଧିକ ୧୦୦ କିଲୋମିଟର ରହିଥିଲା ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଲ୍ୟାଣ୍ଡଫଲ୍ ବେଳେ ବାତ୍ୟା ସିତ୍ରାଙ୍ଗ ଦୁର୍ବଳ ହୋଇଛ। ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ସାମୁଦ୍ରିକ ଝଡ଼ରୁ ତୀବ୍ର ଅବପାତ ଏବଂ ସଂଧ୍ୟାରେ ଏହା ଲଘୁଚାପରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ଆକଳନ କରିଛି।

ବାତ୍ୟା ପାଇଁ ପଶ୍ଚିମବଙ୍ଗ, ଆସାମ, ଅରୁଣାଚଳ ପ୍ରଦେଶ, ନାଗାଲ୍ୟାଣ୍ଡ, ମଣିପୁର, ମିଜୋରାମ, ମେଘାଳୟ ଓ ତ୍ରିପୁରାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ଲାଗିରହିଛି। ପ୍ରଶାସନ ପକ୍ଷରୁ ସେଠାରେ ଉଦ୍ଧାର କାର‌୍ୟ୍ୟ ଜାରି ରହିଛି। ଓଡ଼ିଶା ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକ ଉପରୁ ବିପଦ ଟଳି ଯାଇଛି।

Related story