Advertisment

ଆଜିଠାରୁ ଉତ୍ତରପ୍ରଦେଶରେ ଯୋଗୀଙ୍କ ସେକେଣ୍ଡ ଇନିଂସ

ଲକ୍ଷ୍ନୌ: ଆଜିଠାରୁ ଉତ୍ତର ପ୍ରଦେଶରେ ଯୋଗୀ ସରକାରଙ୍କ ସେକେଣ୍ଡ ଇନିଂସ ଆରମ୍ଭ ହେବ।  ଦ୍ୱିତୀୟ ଥର ପାଇଁ ୟୁପିର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଯୋଗୀ ଆଦିତ୍ୟନାଥ । ଲକ୍ଷ୍ନୌର ଏକାନା କ୍ରିକେଟ ଷ୍ଟାଡ଼ିୟମରେ ଭବ୍ୟ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେଉଛି ।  ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ସାମିଲ ହେବେ ବୋଲି […]

author-image
Tapas Behera
ଅଦ୍ୟତନ ହୋଇଛି
ବିଜେପିର ପ୍ରାର୍ଥୀ ତାଲିକା ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ଏହି ଆସନରୁ ଲଢ଼ିବେ ଯୋଗୀ

yogi

ଲକ୍ଷ୍ନୌ: ଆଜିଠାରୁ ଉତ୍ତର ପ୍ରଦେଶରେ ଯୋଗୀ ସରକାରଙ୍କ ସେକେଣ୍ଡ ଇନିଂସ ଆରମ୍ଭ ହେବ।  ଦ୍ୱିତୀୟ ଥର ପାଇଁ ୟୁପିର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଯୋଗୀ ଆଦିତ୍ୟନାଥ । ଲକ୍ଷ୍ନୌର ଏକାନା କ୍ରିକେଟ ଷ୍ଟାଡ଼ିୟମରେ ଭବ୍ୟ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେଉଛି ।  ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ସାମିଲ ହେବେ ବୋଲି ଜଣାପଡିଛି।

Advertisment

ସେହିପରି ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ମଧ୍ୟ ଶପଥଗ୍ରହଣ ସମାରୋହକୁ ନିମନ୍ତ୍ରଣ କରାଯାଇଛି । ଏପରିକି ବିଏସପି ସୁପ୍ରିମୋ ମାୟାବତୀ, ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ପ୍ରମୁଖଙ୍କୁ ବି ନିମନ୍ତ୍ରଣ କରାଯାଇଛି ।  ୟୁପି ରାଜଧାନୀ ଲକ୍ଷ୍ନୌର ବିଭିନ୍ନ ସ୍ଥାନରେ ଯୋଗୀ ଓ ମୋଦିଙ୍କ ପୋଷ୍ଟର ସାଙ୍ଗକୁ ହୋର୍ଡିଂ ଛାଇଯାଇଛି ।

ଆଜି ଅପରାହ୍ନ ୪ଟାବେଳେ ଶପଥ ଗ୍ରହଣ ପାଇଁ ସମୟ ଧାର୍ଯ୍ୟ ହୋଇଛି । ଗତକାଲି ୟୁପି ବିଧାୟକ ଦଳର ବୈଠକରେ ଯୋଗୀ ଆଦିତ୍ୟନାଥଙ୍କୁ ସର୍ବସମ୍ମତିକ୍ରମେ ବିଧାୟକ ଦଳ ନେତା ଭାବେ ଚୟନ କରାଯାଇଥିଲା । ଏହାପରେ ରାଜ୍ୟପାଳଙ୍କୁ ଭେଟିଥିଲେ ଯୋଗୀ ଆଦିତ୍ୟନାଥ ।

Advertisment
Yogi Aditya Nath UP Election