କାବୁଲ: ଆଫ୍ଗାନିସ୍ତାନର ରାଜଧାନୀ କାବୁଲରେ ଥିବା ଏକ ଅନ୍ତର୍ଜାତୀୟ କମ୍ପାନୀରେ କାର୍ଯ୍ୟ କରୁଥିବା ୩ ଜଣ କର୍ମଚାରୀଙ୍କୁ ଆଜି ଆତଙ୍କବାଦୀ ମାନେ ଅପହରଣ କରିବା ପରେ ହତ୍ୟା କରିଛନ୍ତି।
ଏମାନଙ୍କ ମଧ୍ୟରେ ଜଣେ ଭାରତୀୟ ଅଛନ୍ତି। ସେହିପରି ଅନ୍ୟଜଣେ ମ୍ୟାଲେସିଆର ହୋଇଥିବା ବେଳେ ଆଉଜଣେ ମାସେଡନିଆର ନାଗରିକ।
ଏମାନେ ସମସ୍ତେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଖାଦ୍ୟ ଓ କ୍ୟାଟ୍ରିଂ କମ୍ପାନୀ ‘ସୋଡେକସୋ’ରେ କାମ କରୁଥିଲେ।
ଏମାନେ କାର୍ଯ୍ୟ କରୁଥିବା ବେଳେ ଆତଙ୍କବାଦୀମାନେ କମ୍ପାନୀ ଭିତରେ ପଶି ୩ ଜଣଙ୍କୁ ଅପହରଣ କରି ନେଇଥିଲେ। ମଧ୍ୟାହ୍ନ ସମୟରେ ଏମାନଙ୍କ ମୃତଦେହ ମିଳିଛି।
ମୃତଦେହ ନିକଟରେ ପଡ଼ିଥିବା ପରିଚୟପତ୍ରରୁ ଏମାନଙ୍କ ସମ୍ପର୍କରେ ତଥ୍ୟ ମିଳିଛି ବୋଲି ଜଣେ ବରିଷ୍ଠ ପୁଲିସ୍ ଅଧିକାରୀ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Politics
ବିଜେପିର ରମେଶ ବିଧୁରୀଙ୍କୁ କାହିଁକି ଆଗୁଆ ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ?
ଆପର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ବିଜେପିକୁ କଟାକ୍ଷ କରିଛନ୍ତି। ସେ ବିଜେପିର ରମେଶ ବିଧୁରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
National
ଆସାମ ଖଣିରୁ ମିଳିଲା ଆଉ ୩ ଶ୍ରମିକଙ୍କ ମୃତଦେହ, ଏବେ ବି ୫ ଜଣଙ୍କ ପତ୍ତା ମିଳୁନି
୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ ବନ୍ୟାଜଳ ପଶି ଯାଇଥିଲା। ଖଣି ଭିତରେ ଫସି ଯାଇଥିଲେ ୯ ଜଣ ଶ୍ରମିକ।
Viral
୩ୟ ଶ୍ରେଣୀ ଛାତ୍ରୀଙ୍କୁ ହୃଦଘାତ, ସ୍କୁଲରେ ଚାଲିଗଲା ଜୀବନ: ଭିଡିଓ ଭାଇରାଲ୍
ହାର୍ଟ ଆଟାକ ଯେ କେବଳ ପ୍ରାପ୍ତ ବୟସ୍କଙ୍କୁ ହୋଇଥାଏ, ତା’ହା ଭାବିବା ଭୁଲ। କାରଣ ଛୋଟ ପିଲା ମଧ୍ୟ ଏହାର ଶିକାର ହେବାରେ ଲାଗିଛନ୍ତି।