ନୂଆଦିଲ୍ଲୀ: ଜାମ୍ମୁ ଓ କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୧୯୦ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୦ ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ ବାକି ୧୧୦ ବିଦେଶର। କିନ୍ତୁ ଉପତ୍ୟକାରେ ଆତଙ୍କବାଦୀ ସଂଗଠନ ଆଇଏସ୍ଆଇଏସ୍ର ଚିହ୍ନବର୍ଣ୍ଣ ନାହିଁ। ଗତକାଲି ଜାମ୍ମୁ କାଶ୍ମୀରରେ ଏନ୍କାଉଣ୍ଟରରେ ୬ ଜଣ ଆତଙ୍କବାଦୀ ନିହତ ହେବା ପରେ ଆଜି ସାମ୍ବାଦିକ ସମ୍ମିଳନୀ କରି ଏହି ତଥ୍ୟ ରଖିଛନ୍ତି ଲେଫ୍ଟନାଣ୍ଟ ଜେନେରାଲ ଜେ.ଏସ୍. ସାନ୍ଧୁ। କେବଳ ଚଳିତ ବର୍ଷ ସୁରକ୍ଷାକର୍ମୀ ୧୨୫ରୁ ୧୩୦ ଆତଙ୍କବାଦୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି ।
ଫଳରେ ଘାଟିରେ ସୁରକ୍ଷା ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ହୋଇଥିବା ସାନ୍ଧୁ କହିଛନ୍ତି। ଏଥିପାଇଁ ଭାରତୀୟ ସେନା, ସିଆରପିଏଫ୍, ଜାମ୍ମୁ କାଶ୍ମୀର ପୋଲିସ, ଗୁଇନ୍ଦା ବିଭାଗକୁ ସେ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ଆତଙ୍କବାଦୀଙ୍କୁ ମୁଖ୍ୟସ୍ରୋତରୁ ଫେରିବା ପାଇଁ ସେ ଆହ୍ୱାନ ଦେଇଛନ୍ତ। ଗତକାଲି ଜାମ୍ମୁ କାଶ୍ମୀର ବାନ୍ଦିପୋରାରେ ସେନା ଏନ୍କାଉଣ୍ଟରରେ ୬ ଆତଙ୍କବାଦୀ ନିହତ ହୋଇଥିଲେ। ଯେଉଁମାନଙ୍କ ମଧ୍ୟରେ ଥିଲେ ଲସ୍କର ଏ ତୋଏବାର ଟପ୍ କମାଣ୍ଡର॥
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।