କୋଲକାତା: କୋଲକାତା ସ୍ଥିତ ନୀଲ ରତ୍ନ ସରକାରୀ ମେଡିକାଲ କଲେଜରେ ଡାକ୍ତରଙ୍କୁ ଆକ୍ରମଣ ଘଟଣା ବିବାଦ ଏବେ ସାରା ଦେଶକୁ ବ୍ୟାପିଛି। ପରିଣାମସ୍ୱରୂପ ଇଣ୍ଡିଆନ୍ ମେଡିକାଲ ଆସୋସିଏସନ(ଆଇଏମ୍ଏ)ର ଡାକ୍ତରମାନେ ୨୪ ଘଣ୍ଟିଆ ଆନ୍ଦୋଳନ କରିଛନ୍ତି।
ଏହି ଧର୍ମଘଟ ସମୟରେ ସମସ୍ତ ଅଣଜରୁରୀ ସେବା ବନ୍ଦ ରହିବ ଏବଂ ହସ୍ପିଟାଲଗୁଡ଼ିକରେ ସକାଳ ୬ଟାରୁ ଓପିଡି ମଧ୍ୟ ବନ୍ଦ ରହିଛି। ଏହି ଆନ୍ଦୋଳରେ ଘରୋଇ ଡାକ୍ତରଖାନାର ଡାକ୍ତରମାନେ ମଧ୍ୟ ସାମିଲ୍ ହୋଇଛନ୍ତି।
ଏହାରି ଭିତରେ ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଡାକ୍ତରଙ୍କ ଆଲୋଚନା ହୋଇପାରିବ ନାହିଁ ବୋଲି ସୂଚନା ରହିଛି। ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନାରେ ଗଣମାଧ୍ୟମ ଉପସ୍ଥିତି ନରହିଲେ ବୈଠକ ହୋଇପାରିବ ନାହିଁ ବୋଲି ଆଇଏମଏ କହିଛି। ଏହାପରେ ମୁଖ୍ୟମନ୍ତ୍ରୀ ଆଇଏମଏର ଏହି ସର୍ତ୍ତକୁ ପ୍ରତ୍ୟାଖ୍ୟାନ କରିବାରୁ ବୈଠକ ବାତିଲ୍ ହୋଇଥିବା ସୂଚନା ରହିଛି।
ଏହି ଆନ୍ଦୋଳନରେ କିନ୍ତୁ ଅଖିଳ ଭାରତୀୟ ଆୟୁବିଜ୍ଞାନ ସଂସ୍ଥାନ (ଏମ୍ସ)ର ଡାକ୍ତରମାନେ ସାମିଲ ହୋଇନାହାନ୍ତି । ତେଣୁ ରୋଗୀ ଓପିଡ଼ି ଯାଇ ଚିକିତ୍ସା କରାଇପାରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମଣିପୁରରେ ପୁଣି ହିଂସା: DCP ଅଫିସ ଉପରେ ଆକ୍ରମଣ
ଆକ୍ରମଣରେ ଜଣେ ପୁଲିସ୍ ଅଧିକାରୀ ଆହତ ହୋଇଛନ୍ତି। ସେହିପରି ଡିସିପି ଅଫିସ ନିକଟରେ ରହିଥିବା ଏକାଧିକ ପୁଲିସ୍ ଗାଡ଼ିକୁ ଲୋକମାନେ ଭାଙ୍ଗି ଦେଇଛନ୍ତି।
Health
ଚାଇନାର ନୂଆ ଭାଇରସକୁ ନେଇ ଆତଙ୍କିତ ହୁଅନ୍ତୁନି: ସ୍ୱାସ୍ଥ୍ୟ ବିଭାଗ
ଚୀନରେ କୋରୋନାଠୁ ଆହୁରି ଦ୍ରୁତ ଗତିରେ ବ୍ୟାପୁଛି ନୂଆ ଭାଇରସ୍ HMPV। ହେଲେ ଏହାକୁ ନେଇ ଭାରତରେ ଚିନ୍ତିତ ହେବାର କିଛି ନାହିଁ ବୋଲି କହିଲା ସ୍ୱାସ୍ଥ୍ୟ ବିଭାଗ।
Crime
୬ ବର୍ଷର ଝିଅକୁ ଦୁଷ୍କର୍ମ; ଧରା ପଡ଼ିଯିବା ଭୟରେ ତଣ୍ଟି ଚିପି ମାରିଦେଲା ପଡ଼ୋଶୀ
ଚକୋଲେଟ ଦେବା ବାହାନାରେ ଶିଶୁକୁ ଘରକୁ ଡାକିନେଇ ଦୁଷ୍କର୍ମ କଲା। ଖସି ପଳାଉଥିବାବେଳେ ଏନକାଉଣ୍ଟର କରି ଗିରଫ କରିଛି ପୁଲିସ।
Politics
ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ଅଳକା ଲାମ୍ବାଙ୍କୁ ପ୍ରାର୍ଥୀ କଲା କଂଗ୍ରେସ
କ୍ରମାଗତ ୧୫ ବର୍ଷ ଦିଲ୍ଲୀକୁ ଶାସନ କରିଥିବା କଂଗ୍ରେସ ଗଲା ୨ଟି ଯାକ ବିଧାନସଭା ନିର୍ବାଚନରେ ଗୋଟିଏ ହେଲେ ଆସନ ଜିତିବାକୁ ସକ୍ଷମ ହୋଇ ନଥିଲା।
National
ଲଦାଖକୁ ପୁଣି ନିଜର କହିଲା ଚାଇନା: ଜୋରଦାର ବିରୋଧ କଲା ଭାରତ
ଚାଇନା ପକ୍ଷରୁ ଦୁଇଟି କାଉଣ୍ଟୀ ପ୍ରତିଷ୍ଠା କରାଯାଉଛି। ଏହାର କିଛି ଅଂଶ ଲଦାଖ ମଧ୍ୟରେ ଆସୁଛି। ଚାଇନାର ଏପରି ପଦକ୍ଷେପକୁ ଭାରତ ପକ୍ଷରୁ କଡ଼ା ବିରୋଧ କରାଯାଇଛି।