ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ସମୁଦ୍ରରେ ବୁଡ଼ି ଭାରତୀୟ ଖେଳାଳିଙ୍କ ମୃତ୍ୟୁ ଘଟିଛି। ପାସିଫିକ୍ ସ୍କୁଲ ଗେମସରେ ଭାଗ ନେବାକୁ ଯାଇଥିବା ଖେଳାଳିଙ୍କ ମଧ୍ୟରୁ ୫ ଜଣ ସମୁଦ୍ରକୁ ଯାଇ ବୁଡ଼ି ଯାଇଥିଲେ। ଘଟଣାସ୍ଥଳରୁ ୪ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଜଣେ ନିଖୋଜ ଥିଲେ। ଆଜି ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଆଡିଲେଡର ଗ୍ଲେନଲେଗ୍ ସମୁଦ୍ରକୂଳରେ ଖେଳାଳିମାନେ ଗାଧୋଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।
ସଙ୍ଗେ ସଙ୍ଗେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା। ଉଭୟ ଆକାଶ ମାର୍ଗ ଓ ଜାହାଜ ଦ୍ୱାରା ନିଖୋଜ ଖେଳାଳିଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ହୋଇଥିଲା। ୪ଜଣଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରୁ ତିନିଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଅଷ୍ଟ୍ରେଲିଆ କର୍ତ୍ତୃପକ୍ଷ ଭାରତୀୟ ଡେପୁଟି କାଉନସିଲରଙ୍କୁ ଏ ସଂପର୍କରେ ଜଣାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।