ନୂଆଦିଲ୍ଲୀ: ଦିଲ୍ଲୀ ଇନ୍ଦିରାଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘଟିଛି ଅଭାବନୀୟ ଘଟଣା। ଦୁର୍ଘଟଣା ଘଟି ଇଣ୍ଡିଗୋ ବିମାନର ୫ ଜଣ ଆହତ ହୋଇଛନ୍ତି। ସୌଭାଗ୍ୟକ୍ରମେ ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଯାତ୍ରୀ। ସୂଚନା ଅନୁଯାୟୀ, ଗତକାଲି ଭୋରୁ ୪ଟା ବେଳେ ୬ଇ-୧୯୧ ଇଣ୍ଡିଗୋ ବିମାନ ଯାତ୍ରା ପାଇଁ ବେ-୧୭ରେ ପାର୍କିଂ କରିଥିଲା। ଇଣ୍ଡିଗୋ ବିମାନଟି ଯାତ୍ରା ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଏହି ସମୟରେ ଏସ-ଜି୨୫୩ ସ୍ପାଇସଜେଟ ଅବତରଣ କରିଥିଲା। ତେବେ ସମାନ ବେ’ରେ ସ୍ପାଇସ୍ ଜେଟ ଅବତରଣ କରିବାରୁ କୌଣସି କାରଣରୁ ସାମାନ୍ୟ ଦୁର୍ଘଟଣା ଘଟିଥିଲା। ଏଥିରେ ଇଣ୍ଡିଗୋ ବିମାନର ଡାହାଣପାର୍ଶ୍ୱର କ୍ଷୟକ୍ଷତି ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ତେବେ ଘଟଣାର ତଦନ୍ତ ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।