ପାଣାଜି: ବଡ଼ ଦୁର୍ଘଟଣାର ବର୍ତ୍ତିଯାଇଛି ଗୋଆରୁ ଦିଲ୍ଲୀ ଆସୁଥିବା ଇଣ୍ଡିଗୋ ବିମାନ। ଆକାଶରେ ଉଡ଼ୁଥିବା ସମୟରେ ଏହି ବିମାନର ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଏହାପରେ ପୁଣି ଗୋଆ ବିମାନ ବନ୍ଦରକୁ ଫେରି ଆସି ଜରୁରୀ ଅବତରଣ କରିଛି। ଆଜି ରାତି ୧ଟାରେ ଏହି ବିମାନଟି ଗୋଆରୁ ଦିଲ୍ଲୀ ଅଭିମୁଖେ ୧୮୦ ଯାତ୍ରୀଙ୍କୁ ନେଇ ଉଡ଼ାଣ ଭରିଥିଲା।
ଏହି ବିମାନରେ ଗୋଆର ପରିବେଶ ମନ୍ତ୍ରୀ ନିଲେଶ କବରଲ ଥିଲେ। ଦିଲ୍ଲୀରେ ଆଜି ଏକ ସରକାରୀ ବୈଠକରେ ଯୋଗଦେବା ପାଇଁ ଆସୁଥିଲେ ନିଲେଶ। ବିମାନ ଅବତରଣ କରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ନିଲେଶ କହିଛନ୍ତି ବିମାନଟି ରାତି ୧ଟାରେ ଦିଲ୍ଲୀ ଅଭିମୁଖେ ଉଡ଼ାଣ ଭରିଥିଲା। ପାଖାପାଖି ୧୫ ମିନିଟ୍ ବିମାନଟି ଉଡ଼ିବା ପରେ ତାର ବାମ ଇଞ୍ଜିନରେ ନିଆଁ ଲାଗିଥିବା ଜଣାପଡ଼ିଥିଲା। ଏହାପରେ ବିମାନଟି ସଙ୍ଗେସଙ୍ଗେ ଗୋଆ ଅଭିମୁଖେ ଫେରିଆସିଥିଲା। କୌଣସି ଯାତ୍ରୀଙ୍କର କ୍ଷତି ହୋଇନଥିବା ସେ କହିଛନ୍ତି। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।