ନୂଆଦିଲ୍ଲୀ: ଚଳିତ ମାସ ଶେଷ ଆଡ଼କୁ ଇସ୍ରାଏଲ ଗସ୍ତରେ ଯିବେ ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀ। ଇସ୍ରାଏଲ ଯିବାରେ ସେ ହେବେ ଭାରତର ପ୍ରଥମ ରାଷ୍ଟ୍ରପତି। ତାଙ୍କର ଏହି ଗସ୍ତ ବେଳେ ଦୁଇ ଦେଶ ମଧ୍ୟରେ ଜଳ, ଶକ୍ତି ଓ ଶିକ୍ଷା କ୍ଷେତ୍ରରେ ତିନିଟି ଚୁକ୍ତି ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି। ଇସ୍ରାଏଲ୍ ରାଷ୍ଟ୍ରଦୂତ ଡାନିଏଲ୍ କାରମୋନ କହିଛନ୍ତି ଯେ ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀଙ୍କ ଏହି ଗସ୍ତ ଦୁଇ ଦେଶର ସଂପର୍କକୁ ଆହୁରି ମଜଭୁତ କରିବ। ବିଭିନ୍ନ କ୍ଷେତ୍ରରେ ଦୁଇ ଦେଶ ମଧ୍ୟରେ ସମନ୍ୱୟ ବୃଦ୍ଧି ପାଇବ।
ଭାରତ ହେଉଛି ଇସ୍ରାଏଲର ଏକ ପ୍ରମୁଖ ଯୁଦ୍ଧାସ୍ତ୍ର ଗ୍ରାହକ। ଗତ କିଛି ବର୍ଷ ଧରି ଇସ୍ରାଏଲଠାରୁ ଭାରତ ବିଭିନ୍ନ ପ୍ରକାରର ଯୁଦ୍ଧାସ୍ତ୍ର, ମିସାଇଲ୍ ଓ ମାନବବିହୀନ ବିମାନ କିଣିଛି।
୧୯୯୨ରୁ ଭାରତ ଓ ଇସ୍ରାଏଲ୍ ମଧ୍ୟରେ କୁଟନୈତିଜ୍ଞ ସଂପର୍କ ସ୍ଥାପନ ହୋଇଛି। ତେବେ ବର୍ତ୍ତମାନ ସୁଦ୍ଧା ଭାରତର କୌଣସି ରାଷ୍ଟ୍ରପତି ବା ପ୍ରଧାନମନ୍ତ୍ରୀ ଇସ୍ରାଏଲ୍ ଗସ୍ତରେ ଯାଇନାହାନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।