ରୋମ୍: ମହାମାରୀ କରୋନାରେ ରବିବାର ୬୫୧ ଜଣଙ୍କର ମୃତ୍ୟୁ ଘଟିଛି। ଶନିବାର ଇଟାଲୀରେ ଗୋଟିଏ ଦିନରେ ଯାଇଥିଲା ୭୯୩ ଜଣଙ୍କ ଜୀବନ। ଶନିବାର ତୁଳନାରେ ରବିବାର ମୃତ୍ୟୁ ସଂଖ୍ୟା କମିଛି। ତେଣୁ ଆଗାମୀ ଦିନରେ ମୃତ୍ୟୁ ସଂଖ୍ୟା କମିବ ବୋଲି ଆଶା ରଖିଛନ୍ତି ଇଟାଲୀବାସୀ।
ସାରା ବିଶ୍ୱରେ ଏଯାବତ ୩୧୨,୦୧୦ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ୧୩,୦୭୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଏବେ ୨୦୩,୦୬୩ ଜଣ ଚିକିତ୍ସାଧୀନ ରହିଛନ୍ତି। ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ୯୫,୯୮୪ ଜଣ। ୧୦୮, ୯୪୭ ଜଣ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି।
ଏଯାବତ ସାରା ଦେଶର ୧୮୮ଟି ଦେଶରେ କରୋନା ଆକ୍ରାନ୍ତ ଦେଖିବାକୁ ମିଳିଛି। ଇଟାଲୀରେ ସର୍ବାଧିକ ୪,୮୨୫ ଜଣଙ୍କର ମୃତ୍ୟୁ ଘଟିଛି। ଏହାପରେ ଚୀନ ରହିଛି। ପ୍ରଥମେ କରୋନା ଚୀନରୁ ବ୍ୟାପିଛି। ଏଯାବତ ୩,୨୬୧ ଜଣଙ୍କର ମୃତ୍ୟୁ ଘଟିଛି। ଗତ ଶୁକ୍ରବାର ପାଖରୁ ଚୀନରେ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ହେଲେ ଗତକାଲି ୬ ଜଣଙ୍କର ମୃତ୍ୟୁ ଘଟିଛି। ଯାହାକି ପୂର୍ବ ହାର ତୁଳନାରେ ବହୁତ୍ କମ୍।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।