ଶ୍ରୀନଗର: ଜମ୍ମୁ ଓ କାଶ୍ମୀରର କୁପୱାଡ଼ା ଜିଲ୍ଲାର ଲଂଗେଟ୍ ତହସିଲ୍ ଅନ୍ତର୍ଗତ କ୍ରାଲ୍ଗୁଣ୍ଡ ଗାଁ ନିକଟରେ ଆଜି ସେନାର ଏକ କାଫଲା ଉପରକୁ ଆତଙ୍କବାଦୀମାନେ ଆକ୍ରମଣ କରିବାରୁ ୩ ଜଣ ଯବାନ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଶ୍ରୀନଗର ସ୍ଥିତ ସେନା ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।
ସେନାର ଏହି ଟିମ୍ କୁପୱାଡ଼ା ଅଭିମୁଖେ ଯାଉଥିବା ବେଳେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ଆତଙ୍କବାଦୀମାନେ କ୍ରାଲଗୁଣ୍ଡରେ ଛପି ରହିଥିଲେ। ଯବାନଙ୍କ ଉପରେ ଗୁଳି କରି ସେମାନେ ଫେରାର ହୋଇଯାଇଥିଲେ। ସୁରକ୍ଷାକର୍ମଚାରୀମାନେ ଆତଙ୍କବାଦୀମାନଙ୍କୁ ଧରିବା ପାଇଁ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପେରସନ୍ ଚଳାଇଛନ୍ତି।
ଏହା ପୂର୍ବରୁ ଅଗଷ୍ଟ ୧୯ ତାରିଖରେ ମଧ୍ୟ କୁପୱାଡ଼ା ଜିଲ୍ଲାରେ ଆତଙ୍କବାଦୀମାନେ ସେନା ଉପରେ ଆକ୍ରମଣ କରିଥିଲେ। ଫଳରେ ୪ ଜଣ ଯବାନ ଆହତ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମାଡ଼ି ଆସୁଛି ବାତ୍ୟା 'ଫେଙ୍ଗଲ', ଆଜି କରିବ ଲ୍ୟାଣ୍ଡଫଲ୍
ସାଇକ୍ଲୋନ୍ ଫେଙ୍ଗଲ ଏବେ ଚେନ୍ନାଇଠାରୁ ୨୫୦ କିମି ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି।
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।