ଶ୍ରୀନଗର : ପୋଲିସ୍ ଓ ସେନା ହାତରେ ଧରା ପଡ଼ିଛି ଆଉ ଏକ ପାକିସ୍ତାନୀ ଆତଙ୍କବାଦୀ। ଜମ୍ମୁ ଓ କାଶ୍ମୀରର ରଫିଆବାଦରେ ଏକ ଏନକାଉଣ୍ଟର୍ ବେଳେ ଏହି ଆତଙ୍କବାଦୀକୁ ଜୀବନ୍ତ ଧରିବାରେ ସକ୍ଷମ ହୋଇଛନ୍ତି ପୋଲିସ ଓ ସେନାର ଯବାନମାନେ। ଏହି ଆତଙ୍କବାଦୀର ନାମ ସଜାଜ ଅହମ୍ମଦ। ତା’ର ବୟସ ପ୍ରାୟ ୨୨ ବଷୟ ହେବ ବୋଲି ସେନା ପକ୍ଷରୁ କୁହାଯାଇଛି। ଗତ ମାସକ ମଧ୍ୟରେ ଦ୍ୱିତୀୟ ଥର ପାଇଁ ପାକିସ୍ତାନର ଆଉ ଏକ ଆତଙ୍କବାଦୀକୁ ଜୀବନ୍ତ ଧରିବାରେ ସକ୍ଷମ ହୋଇଛନ୍ତି ସୁରକ୍ଷାକର୍ମୀ । ଏହା ପୂର୍ବରୁ ଆଉ ଏକ ଆତଙ୍କବାଦୀ ‘ନାଭେଦ’କୁ ଧରା ଯାଇଥିଲା। ତାକୁ ଜମ୍ମୁ ଓ କାଶ୍ମୀରରେ ଉଦାମପୁରରୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଗିରଫ କରାଯାଇଥିଲା।
ଆଜି ରଫିଆବଦରେ ହୋଇଥିବା ଏନକାଉଣ୍ଟରରେ ଆଉ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।
ସୂଚନାଯୋଗ୍ୟ, ପାକିସ୍ତାନ ଅଧିକୃତ କାଶ୍ମୀରରେ ଲସ୍କର-ଇ-ତୋଏବା ସହିତ ଆଉ କିଛି ଆତଙ୍କବାଦୀ ସଂଗଠନର ୩୦୦ରୁ ଅଧିକ ଆତଙ୍କୀ ଭାରତରେ ଅନୁପ୍ରବେଶ କରିବାକୁ ଡେରା ପକାଇଛନ୍ତି ବୋଲି ଗୁଇନ୍ଦା ପକ୍ଷରୁ ସୂଚନା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।