ଶ୍ରୀନଗର: ଜମ୍ମୁ-କାଶ୍ମୀରର ପୁଲୱାମା ଅଞ୍ଚଳର ପଂଜଗାୱ ଗାଁରେ ଆଜି ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୩ଜଣ ଆତଙ୍କୀ ନିହତ ହୋଇଛନ୍ତି। ମୃତ ଆତଙ୍କବାଦୀମାନଙ୍କ ମଧ୍ୟରୁ ୨ ଜଣ ହିଜବୁଲ ଆତଙ୍କବାଦୀ ସଂଗଠନର ସଦସ୍ୟ ହୋଇଥିବା ବେଳେ ଜଣେ ଲସ୍କର ସଦସ୍ୟ ବୋଲି ଜଣାପଡିଛି। ନିହତ ଆତଙ୍କୀଙ୍କ ପାଖରୁ ଏକେ-୪୭ ରାଇଫଲ୍ ଓ ବହୁ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି।
ଗତକାଲି ରାତିରେ ସୀମାପାର କରି କିଛି ଆତଙ୍କବାଦୀ ପଂଜଗାୱ ଗାଁରେ ଲୁଚିଥିବା ନେଇ ସୁରକ୍ଷାକର୍ମୀମାନେ କୌଣସି ସୂତ୍ରରୁ ସୂଚନା ପାଇଥିଲେ। ଏହାପରେ ସେମାନେ ଉକ୍ତ ଅଞ୍ଚଳକୁ ସିଲ୍ କରି ଅପରେସନ୍ ଆରମ୍ଭ କରିଦେଇଥିଲେ। ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳିବିନିମୟ ହୋଇଥିଲା। ଏଥିରେ ୩ ଜଣ ଆତଙ୍କୀ ନିହତ ହୋଇଥିଲେ।
ଉକ୍ତ ଅଞ୍ଚଳରେ ଆହୁରି କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସନ୍ଦେହରେ ସୁରକ୍ଷାକର୍ମୀମାନେ ସେଠାରେ ସର୍ଚ୍ଚ ଅପରେସନ୍ ଜାରି ରଖିଛନ୍ତି।
ଏହି ଘଟଣା ପରେ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଝୁଲି ପଡ଼ିଲେ ଏୟାର ଇଣ୍ଡିଆ ପାଇଲଟ
୨ ବର୍ଷ ତଳେ ସୃଷ୍ଟି ଓ ଆଦିତ୍ୟ ପରସ୍ପରକୁ ପ୍ରଥମଥର ଦିଲ୍ଲୀରେ ଦେଖା ହୋଇଥିଲେ। ଏହି ସମୟରେ ଉଭୟ ବ୍ୟବସାୟିକ ବିମାନ ପାଇଲଟର ଲାଇସେନ୍ସ ପାଇଁ ଟ୍ରେନିଂ ନେଉଥିଲେ। ପ୍ରଥମେ ବନ୍ଧୁତା ଓ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।