ଶ୍ରୀନଗର: ଜମ୍ମୁ-କାଶ୍ମୀରର କୁପୱାରା ଜିଲ୍ଲାର ଟୁଟମାର ଗଲି ଅଞ୍ଚଳରେ ଶନିବାର ନିୟନ୍ତ୍ରଣ ରେଖା ଡେଇଁ ଭାରତ ମଧ୍ୟରେ ଅନୁପ୍ରବେଶ କରିବାକୁ ଆତଙ୍କବାଦୀମାନେ କରିଥିବା ଉଦ୍ୟମକୁ ପଣ୍ଡ କରି ଦେଇଛି ଭାରତୀୟ ସେନା। ଯବାନମାନଙ୍କ ଗୁଳିରେ ନିହତ ହୋଇଛନ୍ତି ୩ ଆତଙ୍କୀ। ଯବାନଙ୍କ ପଟରୁ କେହି ହତାହତ ହୋଇନାହାନ୍ତି।
ଶନିବାର ଭୋର ସମୟରେ ଯବାନ ମାନେ ଏଠାରେ ପାଟ୍ରୋଲିଂ କରୁଥିବା ବେଳେ କିଛି ଗିତିବିଧି ଲକ୍ଷ୍ୟ କରିଥିଲେ। ଆତଙ୍କବାଦୀମାନେ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିବା ନେଇ ସେମାନେ ନିଶ୍ଚିତ ହୋଇଯାଇଥିଲେ। ଏହା ପରେ ସେମାନେ ଆତଙ୍କବାଦୀମାନଙ୍କୁ ଚାଲେଞ୍ଜ କରିଥିଲେ। ଦୁଇ ପକ୍ଷ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ତିନି ଆତଙ୍କୀ ନିହତ ହୋଇଥିଲେ।
ଗତ କିଛି ଦିନ ହେଲା ଜମ୍ମୁ ଓ କାଶ୍ମୀରରେ ନିୟନ୍ତ୍ରଣ ରେଖା ନିକଟରେ ଆତଙ୍କବାଦୀଙ୍କର ଅନୁପ୍ରବେଶ ଉଦ୍ୟମ ଘଟଣା ବଢ଼ିଯାଇଛି। ଗତ ମେ’୩୦ ତାରିଖରେ ମଧ୍ୟ ତଂଗଧାର ଜିଲ୍ଲାରେ ନିୟନ୍ତ୍ରଣ ରେଖା ନିକଟରେ ଏଭଳି ଏକ ଉଦ୍ୟମକୁ ପଣ୍ଡ କରିଥିଲା ଭାରତୀୟ ସେନା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।