ନୂଆଦିଲ୍ଲୀ: ଆର୍ଥିକ ସଂସ୍କାର ସ୍ପ୍ରିଣ୍ଟ ନୁହେଁ ମାରାଥନ୍। ୧୭ମାସ ତଳେ ନୂଆ ସରକାର କ୍ଷମତାକୁ ଆସିବା ପରଠାରୁ ଦେଶରେ ଅର୍ଥନୀତି କ୍ଷେତ୍ରରେ ଅନେକ ସୁଧାର ଆସିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି । ଶୁକ୍ରବାର କେନ୍ଦ୍ର ଅର୍ଥ ମନ୍ତ୍ରାଳୟ ପକ୍ଷରୁ ଦିଲ୍ଲୀରେ ଆୟୋଜିତ ଇକୋନମିକ୍ କନକ୍ଲେଭ-୨୦୧୫ରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଜନଧନ ଯୋଜନା ସମ୍ପୂର୍ଣ୍ଣ ସଫଳ ହୋଇଛି। ଏହି ଯୋଜନାରେ ବର୍ତ୍ତମାନ ସୁଦ୍ଧା ୨୬ ହଜାର କୋଟି ଟଙ୍କା ଜମା ହୋଇଛି। ଏହି ସରକାର ଅମଳରେ ଜାତୀୟ ଅଭିବୃଦ୍ଧି ହାର ବୃଦ୍ଧି ପାଇଥିବାବେଳେ ମୁଦ୍ରାସ୍ଫୀତି ନିମ୍ନଗାମୀ ହୋଇଛି। ବୈଦେଶିକ ପୁଞ୍ଜି ନିବେଶ ମଧ୍ୟ ଦେଶରେ ବୃଦ୍ଧି ପାଇଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ।
ଦେଶରେ ପଛୁଆ ରାଜ୍ୟ ଭାବେ ଗଣା ଯାଉଥିବା ଓଡ଼ିଶା, ଛତିଶଗଡ଼ ଓ ଝାଡ଼ଖଣ୍ଡ କିଭଳି ପ୍ରଗତି କରୁଛନ୍ତି ଏସବୁ ରାଜ୍ୟର ଉଦାହରଣ ଭାଷଣ ପ୍ରସଙ୍ଗରେ ଦେଇଥିଲେ ମୋଦି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।