ରାୟପୁର: ନକ୍ସଲଙ୍କ ଗୁଳିରେ ଆହତ ହୋଇ ଚିକିତ୍ସିତ ହେଉଥିବା ସିଆରପିଏଫ୍ ଯବାନ ରାଜୁ ନେତାମ୍ ଆଜି ସହିଦ୍ ହୋଇଛନ୍ତି। ଗତକାଲି ଛତିଶଗଡ ଅବୁଜମଢ଼ରେ ନକ୍ସଲ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ବେଳେ ସେ ଆହତ ହୋଇଥିଲେ। ଏହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହି ଗୁଳିବିନିମୟ ବେଳେ ଯବାନଙ୍କ ଗୁଳିରେ ୫ ନକ୍ସଲଙ୍କ ମୃତ୍ୟୁ ଘଟିଥିଲା।
ଏବେ ସହିଦ ଯବାନଙ୍କ ମର ଶରୀରକୁ ରାୟପୁର ଜିଲ୍ଲା ରିଜର୍ଭ ଗାର୍ଡ (ଡିଆରଜି)ରେ ରଖାଯାଇଛି। ସେହିପରି ଗତକାଲି ଆହତ ହୋଇଥିବା ଆଉ ଜଣେ ଯବାନଙ୍କୁ ଆଜି ରାୟପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ସୂଚନାଯୋଗ୍ୟ, ପୁଲିସ ନାରାୟଣପୁରରେ ପାଟ୍ରୋଲିଂ କରୁଥିଲା। ଏହି ସମୟରେ ନକ୍ସଲ ଯବାନଙ୍କ ଉପରେ ପ୍ରଥମେ ଗୁଳି ଚଳାଇଥିଲେ ବୋଲି ଡିଆଇଜି ପିଆର ପୌକରା କହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।