ନୂଆଦିଲ୍ଲୀ: ଦେଶଦ୍ରୋହ ମାମଲାରେ ଗିରଫ ହୋଇ ତିହାର ଜେଲ୍ରେ ଥିବା ଜେଏନ୍ୟୁ ଛାତ୍ର ସଂସଦ ସଭାପତି କହ୍ନେୟା କୁମାରଙ୍କର ଜାମିନ୍ ସଂପର୍କିତ ଶୁଣାଣି ବୁଧବାର ବି ଦିଲ୍ଲୀ ହାଇକୋର୍ଟରେ ଟଳି ଯାଇଛି। ଏ ମାମଲାର ପରବର୍ତ୍ତୀ ଶୁଣାଣି ଫେବୃଆରୀ ୨୯ ତାରିଖରେ ହେବ।
ଏହା ପୂର୍ବରୁ କହ୍ନେୟାଙ୍କ ଜାମିନ୍ ସଂପର୍କିତ ଶୁଣାଣି ଗତକାଲି ବି ଦିଲ୍ଲୀ ହାଇକୋର୍ଟରେ ଟଳି ଯାଇଥିଲା।
ଦିଲ୍ଲୀ ପୋଲିସ୍ ସଫା ସଫା କହି ଦେଇଛି ଯେ ଏହା ହାଇକୋର୍ଟରେ କହ୍ନେୟାଙ୍କ ଜାମିନ୍ ଆବେଦନକୁ ବିରୋଧ କରିବ।
ସରକାରୀ ଓକିଲ କହିଛନ୍ତି,“କହ୍ନେୟାଙ୍କୁ ଦ୍ୱିତୀୟ ଥର ପାଇଁ ରିମାଣ୍ଡରେ ଆଣିବାକୁ ଆମେ ଆବେଦନ କରି ସାରିଛୁ। ଫଳରେ ଏହି ମାମଲାରେ ଗିରଫ ଅନ୍ୟ ଦୁଇ ଅଭିଯୁକ୍ତଙ୍କ ସହ ବସାଇ ତାଙ୍କୁ ଜେରା କରାଯାଇପାରିବ।”
ସେ କହିଛନ୍ତି ଯେ ଫେବୃଆରୀ ୨୯ ତାରିଖ ଅପରାହ୍ନ ୨ଟାରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।