ନୂଆଦିଲ୍ଲୀ: ଆଫଗାନିସ୍ତାନର ରାଜଧାନୀ କାବୁଲରେ ଆଜି ଏକ କାର୍ରେ ବୋମା ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ପ୍ରାୟ ୨୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଥିବା ଜଣାପଡ଼ିଛି। ଗୃହ ମନ୍ତ୍ରଣାଳୟର ପ୍ରତିନିଧି ନଜୀବ ଡେନିଶ ସାଇ କହିଛନ୍ତି,“ ଆହତମାନଙ୍କ ସଂଖ୍ୟା ବଢ଼ିପାରେ। କାବୁଲର ପଶ୍ଚିମ ଭାଗରେ ଥିବା ମହମ୍ମଦ ମୋହାକିକ୍ ଘର ନିକଟରେ ଏହି ବିସ୍ଫୋରଣ ହୋଇଛି।” ତେବେ ନିର୍ଦ୍ଦିଷ୍ଟ ଭାବେ କାହାକୁ ଟାଗେର୍ଟ କରାଯାଇଥିଲା ତାହା ସ୍ପଷ୍ଟ କରାଯାଇ ନାହିଁ।
ମହମ୍ମଦ ମୋହାକିକ୍ ଆଫଗାନିସ୍ତାନର ଜଣେ ଜଣାଶୁଣା ରାଜନୈତିଜ୍ଞ। ସେ ଆଫଗାନିସ୍ତାନ ସଂସଦର ସଦସ୍ୟ ଭାବେ କାର୍ଯ୍ୟରତ। ଆଫଗାନିସ୍ତାନ ପିପୁଲସ୍ ଇସଲାମିକ୍ ୟୁନିଟି ପାର୍ଟିର ସେ ସଂସ୍ଥାପକ।
ସୂଚନାଯୋଗ୍ୟ, ପ୍ରାୟ ଏକ ବର୍ଷ ତଳେ ଏହି ଅଞ୍ଚଳରେ ହୋଇଥିବା ବିସ୍ଫୋରଣରେ ୧୨ଜଣ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏହି ବିସ୍ଫୋରଣ ପାଇଁ ଆତଙ୍କବାଦୀ ସଙ୍ଗଠନ ଇସଲାମିକ୍ ଷ୍ଟେଟ୍ ନିଜକୁ ଦାୟୀ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।