ଭୋପାଲ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା କମଲ ନାଥ ତାଙ୍କ ଭଣଜା ରତୁଲ ପୁରୀ ଗିରଫ ହେବାକୁ ନେଇ ମୁହଁ ଖୋଲିଛନ୍ତି। ରତୁଲ ୩୫୪ କୋଟିର ବ୍ୟାଙ୍କ ଜାଲିଆତି ମାମଲାରେ ଗିରଫ ହୋଇଥିବା ବେଳେ କମଲ କହିଛନ୍ତି ରତୁଲଙ୍କ ବ୍ୟବସାୟ ସହିତ ତାଙ୍କର କୌଣସି ସମ୍ପର୍କ ନାହିଁ।
କମଲ ନାଥ କହିଛନ୍ତି, “ସେମାନେ ଯେଉଁ ବ୍ୟବସାୟ କରନ୍ତି ମୋର ତା’ ସହିତ କୌଣସି ସମ୍ପର୍କ ନାହିଁ। କିନ୍ତୁ ଏହି ମାମଲା ସମ୍ପୂର୍ଣ୍ଣ ଉଦ୍ଦେଶ୍ୟମୂଳକ ଭାବେ ଚାଲିଥିବା ପରି ମନେ ହେଉଛି। ମୋର ପୂର୍ଣ୍ଣ ବିଶ୍ୱାସ ଅଛି ନ୍ୟାୟାଳୟ ଏହି ମାମଲାର ଠିକ୍ ବିଚାର କରିବେ।”
ଡିଜିଟାଲ ଡାଟା ଷ୍ଟୋରେଜ୍ କମ୍ପାନୀ ମୋଜର ବାୟରର ପୂର୍ବତନ ନିର୍ଦ୍ଦେଶକ ରତୁଲ ପୁରୀ ମନିଲଣ୍ଡରିଂ ନିରୋଧ ଆଇନ ବଳରେ ସୋମବାର ରାତିରେ ଗିରଫ ହୋଇଥିଲେ। ଏହାପରେ ମୋଜର୍ ବାୟର୍ ପକ୍ଷରୁ ପ୍ରତିକ୍ରିୟା ଦେଇ କୁହାଯାଇଥିଲା, ରତୁଲ ଗିରଫ ହେବା ଏକ ଦୁର୍ଭାଗ୍ୟଜନକ ଘଟଣା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୬ ଦିନିଆ ଆମେରିକା ଗସ୍ତରେ ଯିବେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର
ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଶାସନକୁ ଫେରିବା ପରେ ଏହା କୌଣସି ଭାରତୀୟ ମନ୍ତ୍ରୀଙ୍କ ପ୍ରଥମ ଆମେରିକା ଗସ୍ତ। ଦ୍ୱିପାକ୍ଷିକ ସମ୍ପର୍କ ସହିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗ ଉପରେ ହେବ ଆଲୋଚନା।
National
ବଢ଼ିଲା ଅଲ୍ଲୁ ଅର୍ଜୁନଙ୍କ ଅଡ଼ୁଆ, ପୁଲିସ କଲା ସମନ
ଆସନ୍ତାକାଲି ଦିନ ୧୧ଟାରେ ଥାନାରେ ହାଜର ହେବାକୁ ତାଙ୍କୁ କୁହାଯାଇଛି।
National
ହାଇକୋର୍ଟଙ୍କ ସାଂଘାତିକ ରୁଲିଂ: ମୃତଦେହ ସହ ସେକ୍ସ କରିବା ଦୁଷ୍କର୍ମ ନୁହେଁ
ଜଣେ ନାବାଳିକାଙ୍କ ମୃତଦେହ ସହ ଦୁଷ୍କର୍ମ କରିବା ଅଭିଯୋଗରେ ନୀଲୁ ନାଗେଶ ନିକଟରେ ତଳ କୋର୍ଟରେ ଦୋଷମୁକ୍ତ ହୋଇଥିଲେ।
National
୫୦ ଲକ୍ଷ ଟଙ୍କା ଦେଲେ ପୁଷ୍ପା-୨ ନିର୍ମାତା; ଅଲ୍ଲୁ ଅର୍ଜୁନ ଦାୟୀ ନୁହନ୍ତି କହିଲେ ମୃତକଙ୍କ ସ୍ୱାମୀ
ଥାନାରେ କରିଥିବା ଅଭିଯୋଗ ମଧ୍ୟ ଉଠାଇନେବାକୁ ପ୍ରସ୍ତୁତ ଥିବା କହିଛନ୍ତି ମୃତ ମହିଳାଙ୍କ ସ୍ୱାମୀ। ପୁଅ ୨୦ ଦିନ ହେଲା କୋମାରେ, କିଛି ଜାଣିପାରୁନି।
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।