ଚେନ୍ନାଇ: ଦୀର୍ଘ ଦିନ ହେଲା ଅସୁସ୍ଥତା କାରଣରୁ ହସ୍ପିଟାଲ୍ରେ ଭର୍ତ୍ତି ହୋଇଥିବା ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଡିଏମ୍କେ ନେତା ଏମ୍ କରୁଣାନିଧିଙ୍କ ଅବସ୍ଥା ଏବେ ସଙ୍କଟାପନ୍ନ। ଗତ କିଛି ଦିନ ଧରି କରୁଣାନିଧିଙ୍କ ଅବସ୍ଥା ସ୍ଥିର ଥିବା ବେଳେ ଏବେ ପୁଣି ବିଗିଡ଼ିବା ଆରମ୍ଭ ହୋଇଛି।
ତାଙ୍କର କିଛି ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ପ୍ରତ୍ୟଙ୍ଗ କାମ କରିବା ବନ୍ଦ ହୋଇଯାଇଥିବା ସେ ଚିକିତ୍ସିତ ହେଉଥିବା ଚେନ୍ନାଇର କାବେରୀ ହସ୍ପିଟାଲ୍ ପକ୍ଷରୁ ଆଜି ସୂଚନା ଦିଆଯାଇଛି। ଏହି ଖବର ପାଇ ତାଙ୍କ ଝିଅ କାନିମୋଝି ହସ୍ପିଟାଲ୍ରେ ପହଞ୍ଚିଛନ୍ତି।
କରୁଣାନିଧିଙ୍କ ଶହଶହ ସମର୍ଥକ ପୂର୍ବଭଳି ହସ୍ପିଟାଲ୍ ବାହାରେ ତାଙ୍କ ଆଶୁ ଆରୋଗ୍ୟ କାମନା କରି ପ୍ରାର୍ଥନା ଜାରି ରଖିଛନ୍ତି।
ଜୁଲାଇ ୨୮ରେ କରୁଣାନିଧିଙ୍କୁ ଭୀଷଣ ଜ୍ୱର ହେବାରୁ ତାଙ୍କୁ କାବେରୀ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା।
ସେବେଠାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି। ଅନେକ ରାଜନେତା ହସ୍ପିଟାଲ୍ ଯାଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।