ପୁଲ୍ୱାମା: ଆତଙ୍କବାଦୀଙ୍କ ଭୂସ୍ୱର୍ଗ କୁହାଯାଉଥିବା ପାକିସ୍ତାନ କଶ୍ମିରୀଙ୍କ ପାଇଁ ଦରଦ ଦେଖାଇ ଆସୁଥିବାବେଳେ ଏହି ରାଷ୍ଟ୍ରର ପ୍ରାୟୋଜିତ ଆତଙ୍କବାଦୀ ଲଗାତାର ଜମ୍ମୁ-କଶ୍ମୀରରେ ସ୍ଥିତି ବିଗାଡ଼ିବା ପ୍ରୟାସରେ ଲାଗିଛନ୍ତି। ପ୍ରଥମେ ଫଳ ଦୋକାନୀ ଏବଂ ଟ୍ରକ୍ ଡ୍ରାଇଭରଙ୍କ ଉପରେ ଆକ୍ରମଣ ପରେ ଏବେ ଶିକ୍ଷାନୁଷ୍ଠାନ ନିକଟରେ ମଧ୍ୟ ଭୟର ବାତାବରଣ ସୃଷ୍ଟି କରିବାର ଅପପ୍ରୟାସ କରିଛନ୍ତି ଆତଙ୍କବାଦୀ ସଂଗଠନ। ମିଳିଥିବା ସୂଚନା ଅନୁଯାୟୀ ପୁଲ୍ୱାମା ଜିଲ୍ଲାର ଏକ ପରୀକ୍ଷା କେନ୍ଦ୍ରରେ ଦଶମ ଶ୍ରେଣୀ ପରୀକ୍ଷା ଚାଲୁଥିବା ସମୟରେ ଏଭଳି ଆକ୍ରମଣ ହୋଇଛି।
ଏହି ଆତଙ୍କବାଦୀ ମାନେ ଭାରତୀୟ ସ୍ଥଳବାହିନୀ ଏବଂ ଅର୍ଦ୍ଧ ସାମରିକ ବାହିନୀ ଉପରକୁ ଅତର୍କିତ ଆକ୍ରମଣ କରିଥିଲେ। ଏହି ସୁରକ୍ଷାବହିନୀଙ୍କ କଡ଼ା ସୁରକ୍ଷା ମଧ୍ୟରେ ପରୀକ୍ଷା ଅନୁଷ୍ଠିତ ହେଉଥିଲା।
ପ୍ରାଥମିକ ସୂଚନା ଅନୁଯାୟୀ, ଭାରତୀୟ ସେନାର ଘନ ଘନ ପ୍ରତି ଆକ୍ରମଣରେ ଏହି ଆତଙ୍କବାଦୀ ଛତ୍ରଭଙ୍ଗ ଦେଇଥିଲେ। ଘଟଣାସ୍ଥଳରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି। ସୁରକ୍ଷା କର୍ମୀ ପୂରା ଅଞ୍ଚଳକୁ ଘେରାଉ କରି ଛାନ୍ଭିନ୍ ଜାରି ରଖିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।
National
ଲିଫ୍ଟ ଦେଉଥିଲା, ଜୀବନ ନେଉଥିଲା: ୧୧ ଜଣଙ୍କୁ ମାରିବା ପରେ ଧରାପଡ଼ିଲା
ଜଣେ ମୃତକଙ୍କ ପୀଠରେ ଅଭିଯୁକ୍ତ ଜଣକ ପିଠିରେ ଧୋକା ବାଜ ବୋଲି ଲେଖିଥିଲା। ପୀଡ଼ିତ ଜଣଙ୍କ ପୂର୍ବତନ ସେନା କର୍ମଚାରୀ। ସେ ଗୋଟିଏ ଘରୋଇ ଫ୍ୟାକ୍ଟ୍ରୀରେ ସିକ୍ୟୁରିଟୀ ଗାର୍ଡ ଭାବେ କାମ କରୁଥିଲେ।
Politics
କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା, କହିଲେ ଏମିତି କଥା
ମୋଦି ଦାବି କରିଛନ୍ତି ଯେ ବାବା ସାହେବ ଆମ୍ବେଦକର ଭାରତର ଜଳ ସଂରକ୍ଷଣ ନୀତିକୁ ଉପଯୁକ୍ତ ରୂପ ଦେବାକୁ ଚେଷ୍ଟା କରୁଥିବା ବେଳେ କଂଗ୍ରେସ ନିୟମିତ ଭାବେ ତାଙ୍କ ଅବଦାନକୁ ଅଣଦେଖା କରି ଆସୁଥିଲା।