ଶ୍ରୀନଗର: ଇଦ୍ ଅବସରରେ କାଶ୍ମୀର ଘାଟିରେ ଉତ୍ତେଜନା ପ୍ରକାଶ ପାଇଛି। ବିଚ୍ଛିନ୍ନତାବାଦୀ ସଂଗଠନ ହୁରିୟାତର ମୁଖ୍ୟ ସୟଦ ଅଲ୍ଲୀ ଶାହ ଗିଲାନୀ ଓ ଅନ୍ୟ ନେତାଙ୍କୁ ଗୃହବନ୍ଦୀ କରି ରଖାଯିବା ଘଟଣାର ପ୍ରତିବାଦ କରି ତାଙ୍କର ସମର୍ଥକମାନେ ଆଜି ସକାଳ ପ୍ରାୟ ୯ଟା ବେଳେ ସୋପୋର ଠାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ବିକ୍ଷୋଭାକରୀମାନେ ଅଭିଯୋଗ କରିଥିଲେ ଯେ ଗିଲାନୀ ଓ ଅନ୍ୟ ନେତାଙ୍କୁ ଆଜି ଇଦ୍ ଅବସରରେ ମଧ୍ୟ ମସଜିଦକୁ ପ୍ରାର୍ଥନା କରିବାକୁ ଛଡ଼ା ଯାଇନାହିଁ। ବିକ୍ଷୋଭ ପ୍ରଦର୍ଶନ ବେଳେ ସେମାନେ ପୁଣି ଥରେ ପାକିସ୍ତାନ ଓ ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ୍ (ଆଇଏସ୍)ର ପତାକା ଉଡାଇଥିଲେ। ଏହା ପୂର୍ବରୁ ବି ହୁରିୟାତର ସମର୍ଥମାନେ ବିଭିନ୍ନ ସମୟରେ ପାକିସ୍ତାନ ଓ ଆଇଏସର ପତାକା ଉଡ଼ାଇ ସାରିଛନ୍ତି। ଆଜି
ବିକ୍ଷୋଭକାରୀଙ୍କୁ ନିୟନ୍ତ୍ରଣ କରିବା ପାଇଁ ପୋଲିସକୁ ଲୁହ ବୁହା ଗ୍ୟାସ୍ ପ୍ରୟୋଗ କରିବାକୁ ପଡିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦୁଇ ଟ୍ରକ୍ ଓ ବସ୍ ମଧ୍ୟରେ ଦୁର୍ଘଟଣା; ଚାଲିଗଲା ୨ ଜୀବନ, ୨୦ ଗୁରୁତର
ଏକ ବସ୍ ଓ ଦୁଇଟି ଟ୍ରକ୍ ମଧ୍ୟରେ ଧକ୍କା ହେବାରୁ ଉଭୟ ଗାଡ଼ିର ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ପ୍ରାୟ ୨୦ ଜଣରୁ ଊର୍ଦ୍ଧ୍ୱ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।
National
ଭୋଟ୍ ଦେଉଛି ମହାରାଷ୍ଟ୍ର, ମୈଦାନରେ ୪,୧୩୬ ପ୍ରାର୍ଥୀ
ସେହିପରି ଝାଡ଼ଖଣ୍ଡରେ ଆଜି ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ମତଦାନ। ୮୧ ଆସନ ମଧ୍ୟରୁ ବାକି ୩୮ ଆସନ ପାଇଁ ଭୋଟ ଗ୍ରହଣ ହେବ।
National
ଦିଲ୍ଲୀ ଯାଉଥିବା ବିମାନକୁ ଜୟପୁରରେ ଛାଡ଼ି ପଳେଇଲେ ପାଇଲଟ
ଏୟାର ଇଣ୍ଡିଆ ପକ୍ଷରୁ ଏ ସମ୍ପର୍କରେ କିଛି ବି କୁହାଯାଇ ନାହିଁ। କିନ୍ତୁ ଏୟାରଲାଇନ ପକ୍ଷରୁ ଜୟପୁରରେ ଫସି ରହିଥିବା ଲୋକଙ୍କ ପାଇଁ କୌଣସି ବିକଳ୍ପ ବିମାନର ବ୍ୟବସ୍ଥା କରାଯାଇ ନଥିଲା।
National
କରିମଗଞ୍ଜର ନାଁ ବଦଳି ହେଲା ଶ୍ରୀଭୂମି
ନିଜେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏହି ସୂଚନା ଦେବା ସହ ରବୀନ୍ଦ୍ରନାଥ ଟାଗୋରଙ୍କୁ ସମ୍ମାନ ଜଣାଇ ଆସାମ ସରକାର କରିମଗଞ୍ଜର ନାଁ ଶ୍ରୀଭୂମି କରିଥିବା ସେ କହିଛନ୍ତି।