ନୂଆଦିଲ୍ଲୀ: ଆତଙ୍କବାଦୀ ବୁରହାନ୍ ୱାନିଙ୍କ ମୃତ୍ୟୁ ପରେ କାଶ୍ମୀରରେ ହିଂସା ଲାଗି ରହିଛି। ଘାଟିର ଅନେକ ଅଞ୍ଚଳରେ ଆଜି ପର୍ଯ୍ୟନ୍ତ କର୍ଫ୍ୟୁ ଜାରି ରହିଛି। ୧୧ ବର୍ଷ ପରେ ପୁଣି ଥରେ ଶାନ୍ତି ଫେରାଇ ଆଣିବା ଉଦ୍ଦେଶ୍ୟରେ କାଶ୍ମୀର ଘାଟିରେ ବିଏସ୍ଏଫ୍ଙ୍କୁ ମୁତୟନ କରାଯାଇଛି। କେନ୍ଦ୍ର ସରକାର ଘାଟିରେ ସୀମା ସୁରକ୍ଷା ବଳର ୨୬୦୦ ଯବାନ୍ଙ୍କୁ ନିୟୋଜିତ କରିଛନ୍ତି।
ଜଣେ ପୋଲିସ୍ ଅଧିକାରୀଙ୍କ କହିଛନ୍ତି,“ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସହରର ଲାଲ୍ ଚୌକ୍ ଓ ଏହାର ଆଖପାଖ ଅଞ୍ଚଳରେ ବିଏସ୍ଏଫ୍ କର୍ମୀଙ୍କୁ ରଖାଯାଇଛି।”
ଏହାପୂର୍ବରୁ ୯୦ ଦଶକରେ କାଶ୍ମୀରରେ ଆତଙ୍କବାଦୀଙ୍କ ଗତିବିଧିକୁ ଦୃଷ୍ଟିରେ ରଖି ବିଏସ୍ଏଫ୍ଙ୍କୁ ମୁତୟନ କରାଯାଇଥିଲା। ସ୍ଥାନୀୟ ଲୋକଙ୍କ ମନରେ ବିଏସ୍ଏଫ୍ ଯବାନଙ୍କ ଛବି କଠୋର ରହିଛି। ୨୦୦୫ରେ ବିଏସ୍ ଏଫ୍ ବଦଳରେ କାଶ୍ମୀରରେ ସିଆର୍ପିଏଫ୍ ମୁତୟନ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।