ଚଣ୍ଡିଗଡ଼: ପଞ୍ଜାବର ଲୁଧିଆନାର ସୋମବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ କାର୍ ଉପରକୁ ଆକ୍ରମଣ କରାଯାଇଛି। ଏହି ଆକ୍ରମଣରେ ତାଙ୍କ କାର୍ର କାଚ ଭାଙ୍ଗି ଯାଇଛି। ତେବେ ସେ ସୁରକ୍ଷିତ ଅଛନ୍ତି। ତାଙ୍କ ଶରୀରରେ କୌଣସି ପ୍ରକାର ଆଘାତ ଲାଗି ନାହିଁ।
ଏହି ଆକ୍ରମଣ ପରେ କେଜ୍ରିୱାଲ୍ ଟ୍ୱିଟ୍ କରି କଂଗ୍ରେସ୍ ଓ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ସେ କହିଛନ୍ତି,“ମୋ କାର୍ ଉପରେ ଲାଠି ଓ ପଥର ଦ୍ୱାରା ଆକ୍ରମଣ କରାଯାଇଥିଲା। କାର୍ର ସମ୍ମୁଖ କାଚ ଭାଙ୍ଗି ଯାଇଛି। କଂଗ୍ରେସ ଓ ପଞ୍ଜାବ ମୁଖ୍ୟମନ୍ତ୍ରୀ ନର୍ଭସ ହୋଇଯାଇଛନ୍ତି। କିନ୍ତୁ ସେମାନେ ମୋର ବିଶ୍ୱାସ ଓ ସାହାସ ଭାଙ୍ଗି ପାରିବେ ନାହିଁ।“
ସେହିପରି ଆପ୍ ନେତା ଆଶିଷ ଖେତନ ଟ୍ୱିଟ୍ କରିଛନ୍ତି ଯେ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲଙ୍କ ଦ୍ୱାରା ପଠାଯାଇଥିବା ଭଡ଼ାଟିଆ ଗୁଣ୍ଡାମାନେ କେଜ୍ରିୱାଲ୍ଙ୍କ କାର୍ ଉପରକୁ ପଥର ଓ ଲାଠି ସାହାଯ୍ୟରେ ଆକ୍ରମଣ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।