କନ୍ନୁର: କେରଳର କନ୍ନୁର ଜିଲ୍ଲା ସ୍ଥିତି କୋୱେଲିକଲରେ ସରକାରୀ ଦଳ ସିପିଏମ୍ର ଏକ ରାଲି ଉପରେ ବୋମାମାଡ଼ ହୋଇଛି। ଏଥିରେ ୯ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ ଜଣ ସିପିଏମ୍ କର୍ମୀ ଓ ୪ ଜଣ ପୋଲିସ୍ କର୍ମଚାରୀ ଅଛନ୍ତି।
ଏପରି ବୋମାମାଡ଼ ପଛରେ ଆରଏସ୍ଏସ୍ର ହାତ ଥିବା ସିପିଏମ୍ ପକ୍ଷରୁ ଅଭିଯୋଗ କରାଯାଇଛି। ଏହି ଘଟଣା ପ୍ରତିବାଦରେ ସରକାରୀ ଦଳ ପକ୍ଷରୁ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି।
ସୂଚନାଯୋଗ୍ୟ, କେରଳରେ ରାଜନୈତକ ହିଂସା ଉଗ୍ର ରୂପ ନେବାରେ ଲାଗିଛି। ବିଜେପି ଓ ସିପିଏମ୍ ମଧ୍ୟରେ କିଛିଦିନ ହେବ ଏକ ପ୍ରକାର ଯୁଦ୍ଧ ଚାଲିଥିବା କହିଲେ ଭୁଲ ହେବନାହିଁ। କେରଳରେ ବିଜେପି ଓ ଆରଏସ୍ଏସ୍ କର୍ମୀଙ୍କ ହତ୍ୟା ପ୍ରତିବାଦରେ ଦିଲ୍ଲୀରେ ଗତକାଲି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ଜନସୁରକ୍ଷା ରାଲି କରିଥିଲେ। ଶାହା ଏହି ଜନସୁରକ୍ଷା ଯାତ୍ରା କନ୍ନୁରର ପୟନ୍ନୁରରୁ ପ୍ରଥମେ ଆରମ୍ଭ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।