ନୂଆଦିଲ୍ଲୀ: ବର୍ଷର ଶେଷ ଦିନରେ ଚଳିତ ବର୍ଷର ଶେଷ ମନ୍ କି ବାତ କାର୍ଯ୍ୟକ୍ରମରେ ମନକଥା କହି ଦେଶବାସୀଙ୍କୁ ସମ୍ୱୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ଯୁବପୀଢ଼ି ଏକଜୁଟ୍ ହୋଇ ଦେଶ ଗଠନରେ ହାତ ବଢାଇବାକୁ ସେ ଆହ୍ୱାନ ଦେଇଛନ୍ତି। ବର୍ତ୍ତମାନ ସମୟରେ ଦେଶରେ ଉନ୍ନତୀ ଏବଂ ବିକାଶରେ ଜନତାଙ୍କ ମୁଖ୍ୟ ଭୂମିକା ରହିଥିବା କଥା କହିଛନ୍ତି ପ୍ରଧାନମନ୍ତ୍ରୀ । ଦେଶକୁ ଜାତିବାଦ ଏବଂ ସମ୍ପ୍ରଦାୟବାଦରୁ ମୁକ୍ତ ରଖିବାକୁ ପଡ଼ିବ ବୋଲି ସେ ଗୁରୁତ୍ୱରୋପ କରିଛନ୍ତି।
ସକାରାତ୍ମକ ଉତ୍ସାହ ରହିଲେ କଠିନରୁ କଠିନତମ କାର୍ଯ୍ୟ ସମ୍ଭବପର ହୋଇପାରିବ। ପଜେଟିଭ୍ ଇଣ୍ଡିଆ ହିଁ ପ୍ରୋଗ୍ରେସିଭ୍ ଇଣ୍ଡିଆ ଗଠନ କରିପାରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ସେବା ପରମଧର୍ମ, ଜୀବ ସେବା ହିଁ ଇଶ୍ୱର ସେବା ବୋଲି ଅବିହିତ କରିଛନ୍ତି ମୋଦି। ଆସନ୍ତା ଗଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ୧୦ଟି ଏସିଅନ୍ ଦେଶର ଅତିଥି ଯୋଗ ଦେବା ନେଇ ଏହି ଅବସରରେ ସେ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।