ବେଗୁସରାଇ: ସିପିଆଇର ଯୁବନେତା କହ୍ନେୟା କୁମାରଙ୍କ ନିର୍ବାଚନମଣ୍ଡଳୀ ବିହାରର ବେଗୁସରାଇ ଅନ୍ତର୍ଗତ କୀରତପୁର ଗାଁରେ ଜଣେ ବିଜେପି ନେତାଙ୍କୁ ହତ୍ୟା କରାଯାଇଛି। ସେ ପଞ୍ଚାୟତର ବିଜେପି ଅଧ୍ୟକ୍ଷ ଥିଲେ ଏବଂ ତାଙ୍କ ନାମ ଗୋପାଲ ସିଂହ ବୋଲି ଜଣାପଡ଼ିଛି। ଗତକାଲି ସେ ଶୋଇଥିବା ସମୟରେ ହିଁ ତାଙ୍କୁ କିଛି ଲୋକ ଲୁହା ରଡ୍ରେ ପିଟି ପିଟି ହତ୍ୟା କରିଥିଲେ। ହତ୍ୟାକାଣ୍ଡ ବାବଦରେ ସୂଚନା ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିଥିଲା।
ପୁଲିସ୍ ଏବେ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଇଛି। ଯାଞ୍ଚ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଏହି ବିଜେପି ନେତାଙ୍କ ହତ୍ୟା ପଛରେ କିଏ ଅଛି ତାହା ଏଯାଏ ଜଣାପଡ଼ିନାହିଁ। ଏନେଇ ତଦନ୍ତ ଆରମ୍ଭ ହୋଇସାରିଛି।
ସୂଚନାଯୋଗ୍ୟ ଯେ, ସଦ୍ୟ ସମାପ୍ତ ହୋଇଥିବା ସାଧାରଣ ନିର୍ବାଚନରେ ବିଜେପି ଏଠାରେ ଭଲ ପ୍ରଦର୍ଶନ କରିଛି। ବିଜେପିର ବିବାଦୀୟ ନେତା ଗିରିରାଜ ସିଂହ ଏଠାରେ କହ୍ନେୟା କୁମାରଙ୍କୁ ବିପୁଳ ବ୍ୟବଧାନରେ ପରାସ୍ତ କରିଛନ୍ତି। ଗିରିରାଜ ଗତକାଲି ମୋଦି ସରକାର-୨ରେ କ୍ୟାବିନେଟ୍ ମନ୍ତ୍ରୀ ଭାବରେ ଶପଥ ମଧ୍ୟ ନେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
National
ଏଥର ବି ସାଧାରଣତନ୍ତ୍ର ଦିବସରେ ଦିଶିବନି ଦିଲ୍ଲୀର ପ୍ରଜ୍ଞାପନ ମେଢ଼
ଏହାକୁ ମିଶାଇ ୪ର୍ଥ ଥର ପାଇଁ ଦେଶର ରାଜଧାନୀ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ପ୍ରଦର୍ଶିତ କରିବାକୁ ଅନୁମତି ମିଳିନାହିଁ।
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
National
ଅଲ୍ଲୁ ଅର୍ଜୁନଙ୍କ ଘର ଆଗରେ ବିକ୍ଷୋଭ ଓ ଭଙ୍ଗାରୁଜା, ୮ ଗିରଫ
ବିକ୍ଷୋଭକାରୀ ଅଲ୍ଲୁ ଅର୍ଜୁନଙ୍କ ବାସଭବନରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ୮ ଜଣଙ୍କୁ ଉଠାଇ ନେଇଛି ପୁଲିସ।
National
ବିଷ ବଳୟରେ ରାଜଧାନୀ; ‘ସିଭିୟର’ ସ୍ଥିତିରେ ବାୟୁ ପ୍ରଦୂଷଣ
ରବିବାର ଦିନ ୩ଟା ସୁଦ୍ଧା ବାୟୁ ଗୁଣବତ୍ତା ସୂଚକାଙ୍କ ୪୦୬ରେ ପହଞ୍ଚିଛି। ୧୬ ଡିସେମ୍ବର ରାତିରୁ ଲାଗୁ ହୋଇଛି ଗ୍ରାପ-୪ କଟକଣା।