ନୂଆଦିଲ୍ଲୀ: କରୋନା ଭାଇରସର କେନ୍ଦ୍ରସ୍ଥଳୀ କୁହାଯାଉଥିବା ହୁବେଇ ରାଜ୍ୟର ଉହାନରୁ ଗତକାଲି ମଧ୍ୟରାତ୍ରୀରୁ ଲକ୍ଡାଉନ୍ ହଟିଛି। ଦୀର୍ଘ ୭୬ ଦିନ ପରେ ଚାଇନା ସରକାର ଲକ୍ଡାଉନ୍ ହଟାଇଛନ୍ତି। ଏଣିକି ଉହାନବାସୀ ପୂର୍ବ ଭଳି ନିଜ ନିଜର କାମ କରିପାରିବେ। ଗତବର୍ଷ ଡିସେମ୍ୱର ମାସ ଶେଷ ବେଳକୁ ଏଠାରେ କରୋନା ଭାଇରସ ବ୍ୟାପିଥିଲା। ମୃତକ ଓ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ଚାଇନା ସରକାର ଜାନୁଆରୀ ୨୩ରେ ଲକ୍ଡାଉନ୍ ଘୋଷଣା କରିଥିଲେ।
କରୋନା ଭାଇରସ ପାଇଁ ଚାଇନାରେ ୩୩୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି। ୮୨ ହଜାରରୁ ଅଧିକ ଲୋକ କେବଳ ଉହାନରୁ ସଂକ୍ରମିତ ହୋଇଥିଲେ। ନିକଟରେ ସପ୍ତାହେ ହେବ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି କି ଏହି ମହାମାରୀରେ କେହି ମୃତ୍ୟୁ ବରଣ କରିନଥିବା ଦେଖିବାକୁ ମିଳିଛି। ଲକ୍ଡାଉନ୍ ବେଳେ ଉହାନବାସୀ କେବଳ ଜରୁରୀ ସାମଗ୍ରୀ କିଣିବା ପାଇଁ ବାହାରକୁ ଆସୁଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।