ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତା ତଥା ଲୋକସଭାର ପୂର୍ବତନ ବାଚସ୍ପତି ବଳରାମ ଜାଖଡ଼ଙ୍କ(୯୨) ଆଜି ନୂଆଦିଲ୍ଲୀରେ ପରଲୋକ ଘଟିଛି। ଦୀର୍ଘଦିନ ହେବ ସେ ଅସୁସ୍ଥ ଥିଲେ। ୧୯୮୦ରୁ ୧୯୮୯ ମଧ୍ୟରେ ଲୋକସଭାର ବାଚସ୍ପତି ଥିଲେ। ଏହାସହ ସେ ୨୦୦୪ରୁ ୨୦୦୯ ମଧ୍ୟରେ ମଧ୍ୟପ୍ରଦେଶର ରାଜ୍ୟପାଳ ଥିଲେ। ୧୯୭୨ରେ ବଳରାମ ପ୍ରଥମ ଥର ପଞ୍ଜାବ ବିଧାନସଭା ନିର୍ବାଚନରେ ବିଜୟୀ ହୋଇ ରାଜନୀତି କ୍ୟାରିୟର୍ ଆରମ୍ଭ କରିଥିଲେ। ୨୩ ଅଗଷ୍ଟ ୧୯୨୩ରେ ପଞ୍ଜାବର ଫଜ୍ଲିକା ସେ ଜନ୍ମ ଗ୍ରହଣ କରିଥିଲେ।
୧୯୮୦ରେ ସେ ଫିରୋଜପୁରରୁ ଲୋକସଭା ନିର୍ବାଚନରେ ବିଜୟୀ ହୋଇଥିଲେ। ପ୍ରଥମ ଏସିଅ ଭାବେ ସେ କମନୱେଲଥ୍ ଗେମ୍ ପାର୍ଲାମେଣ୍ଟରିୟାନ୍ ଏଜ୍ୟୁକେଟିଭି ଫୋରମର ଅଧ୍ୟକ୍ଷ ହୋଇଥିଲେ। ପି.ବି ନରସିଂହ ରାଓଙ୍କ ସରକାର ସମୟରେ ସେ କେନ୍ଦ୍ର କୃଷି ମନ୍ତ୍ରୀ ଥିଲେ। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ବଳରାମ ଜଖଡ଼ଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।