ନୂଆଦିଲ୍ଲୀ: କାଶ୍ମୀରରେ ହିଂସାକୁ ନେଇ ଆଜି ଲୋକସଭାରେ ପ୍ରସ୍ତାବ ପାରିତ ହୋଇଛି। ରାଷ୍ଟ୍ରର ସୁରକ୍ଷା ଓ ଅଖଣ୍ଡତାକୁ ନେଇ କୌଣସି ପ୍ରକାର ବୁଝାମଣା କରାଯିବ ନାହିଁ ବୋଲି ସର୍ବସମ୍ମତ ପ୍ରସ୍ତାବ ଗୃହୀତ ହୋଇଥିଲା।
ହିଜବୁଲ ମୁଜାହିଦ୍ଦିନ କମାଣ୍ଡର ବୁରହନ୍ ୱାନିଙ୍କ ମୃତ୍ୟୁ ପରେ କାଶ୍ମୀର ଘାଟିରେ ହିଂସା ବ୍ୟାପିଥିଲା। ହିଂସାକୁ ଦୃଷ୍ଟିରେ ରଖି ଘାଟି ଅଞ୍ଚଳରେ କର୍ଫ୍ୟୁ ଜାରି କରାଯାଇଥିଲା।
ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଥିଲା। ବିରୋଧୀଙ୍କ ଦାବି ପରେ ଏ ନେଇ ସରକାର ରାଜ୍ୟସଭାରେ କାଶ୍ମୀର ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ।
ରାଜ୍ୟସଭାରେ କାଶ୍ମୀର ପ୍ରସଙ୍ଗକୁ ନେଇ ଆଲୋଚନା ବେଳେ ଗୃହମନ୍ତ୍ରୀ ରାଜନାଥ ସିଂହ କହିଥିଲେ, “କାଶ୍ମୀର ଘାଟିରେ ଦେଖାଯାଇଥିବା ହିଂସା ପଛରେ ପାକିସ୍ତାନର ହାତ ରହିଛି। ଏବେ ପାକିସ୍ତାନ ସହ କାଶ୍ମୀର ନୁହେଁ ଅଧିକୃତ କାଶ୍ମୀର ପ୍ରସଙ୍ଗରେ କଥାବାର୍ତ୍ତା କରାଯିବ। କାଶ୍ମୀର ପ୍ରସଙ୍ଗକୁ ନେଇ ୧୨ ଅଗଷ୍ଟରେ ଏକ ସର୍ବଦଳୀୟ ବୈଠକ ଡକାଯିବ। ଏଥିରେ ପ୍ରଧାନମନ୍ତ୍ରୀ ମୋଦି ଯୋଗ ଦେବେ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।