ନୂଆଦିଲ୍ଲୀ: ପେଟ୍ରୋଲ୍ ଓ ଡିଜେଲ୍ ଉପରୁ ଭାଟ୍ ହ୍ରାସ କଲା ଆଉ ଏକ ରାଜ୍ୟ। ମଧ୍ୟପ୍ରଦେଶ ସରକାର ଆଜି ପେଟ୍ରୋଲ୍ ଉପରେ ୩ ପ୍ରତିଶତ ଓ ଡିଜେଲ୍ ଉପରେ ୫ ପ୍ରତିଶତ ଭାଟ ହ୍ରାସ ପାଇଁ ନିଷ୍ପତ୍ତି ନେଇଛନ୍ତି। ନୂଆ ଦର ଆଜି ମଧ୍ୟରାତ୍ରରୁ ଲାଗୁ ହେବ ବୋଲି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କହିଛନ୍ତି। ତୃତୀୟ ରାଜ୍ୟ ଭାବେ ମଧ୍ୟପ୍ରଦେଶ ପେଟ୍ରୋଲ୍ ଓ ଡିଜେଲ୍ ଉପରୁ ଭାଟ ହ୍ରାସ କରିଛି। ପୂର୍ବରୁ ବିଜେପି ଶାସିତ ରାଜ୍ୟ ଗୁଜୁରାଟ ଓ ମହରାଷ୍ଟ୍ର ସହ ହିମାଚଳ ପ୍ରଦେଶ ସରକାର ମଧ୍ୟ ପେଟ୍ରୋଲ୍ ଓ ଡିଜେଲ୍ ଉପରୁ ଭାଟ୍ କମାଇଥିଲେ।
ଗତସପ୍ତାହରେ କେନ୍ଦ୍ର ସରକାର ଉତ୍ପାଦ ଶୁଳ୍କ ୨ ଟଙ୍କା କମାଇବା ପରେ ତେଲ ଦର କମିଥିଲା। ଏହାପରେ ସବୁ ରାଜ୍ୟମାନଙ୍କୁ ତୈଳ ଉପରୁ ଭାଟ୍ କମାଇକୁ ପେଟ୍ରୋଲିୟମ୍ ମନ୍ତ୍ରୀ ପ୍ରସ୍ତାବ ରଖିଥିଲେ। ଓଡ଼ିଶାରେ କେବେ ଭାଟ୍ କମିବ ବୋଲି ପ୍ରଶ୍ନ ଉଠୁଥିବାବେଳେ କିଛି ଦିନ ତଳେ ଅର୍ଥମନ୍ତ୍ରୀ ଶଶି ଭୂଷଣ ବେହେରା ଏହା ଓଡ଼ିଶାରେ ସମ୍ଭବ ନୁହେଁ ବୋଲି କହିଥିଲେ। ଆଉ ଆଜି ପୁଣି ସେ ସମାନ କଥା ପରୋକ୍ଷରେ ଦୋହରାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।