ନୂଆଦିଲ୍ଲୀ: ମହାରାଷ୍ଟ୍ରରେ ସରକାର ଗଢ଼ିବା ନେଇ ଆଜି କଂଗ୍ରେସ ହାଇକମାଣ୍ଡ ସୋନିଆ ଗାନ୍ଧିଙ୍କ ସହ ଆଲୋଚନା କରିବେ ଏନସିପି ସୁପ୍ରିମୋ ଶରଦ ପାଓ୍ୱାର। ଏଥିପାଇଁ ସେ ଆଜି ଦିଲ୍ଲୀରେ ପହଞ୍ଚିଛନ୍ତି। ଦିଲ୍ଲୀରେ ଶରଦ ପାଓ୍ୱାର ପହଞ୍ଚିବା ପରେ ସରକାର ଗଢ଼ିବା ନେଇ ପଚାରିଥିଲେ ଗଣମାଧ୍ୟମ ପ୍ରତିନିଧି। ଜବାବରେ ପାଓ୍ୱାର କହିଥିଲେ, ତାଙ୍କୁ ପଚାରିବା ବଦଳରେ ଶିବସେନା ଏବଂ ବିଜେପିକୁ ହିଁ ପଚାରିବା ଦରକାର ବୋଲି ସେ କହିଥିଲେ। ପାଓ୍ୱାରଙ୍କ ଏହି ମନ୍ତବ୍ୟ ଏବେ ରାଜ୍ୟରେ ସରକାର ଗଢ଼ିବା ପ୍ରକ୍ରିୟାକୁ ଆହୁରି ସସପେନ୍ସ ବଢ଼ାଇ ଦେଇଛି।
ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ସରକାର ଗଢ଼ିବା ନେଇ ଶିବସେନା-ଏନସିପି-କଂଗ୍ରେସ ଆଗେଇ ଆସିଛନ୍ତି। ତେବେ କିଛି ପ୍ରସଙ୍ଗରେ କଂଗ୍ରେସ ରାଜି ନହେବାରୁ ଏବେ ସରକାର ଗଢ଼ିବା ପ୍ରକ୍ରିୟା ବିଳମ୍ୱ ହୋଇଛି। ଆଜି କଂଗ୍ରେସ ହାଇକମାଣ୍ଡ ସୋନିଆ ଗାନ୍ଧିଙ୍କୁ ଭେଟି ଏନସିପି ସୁପ୍ରିମୋ ଶରଦ ପାଓ୍ୱାର ମନେଇବାକୁ ଚେଷ୍ଟା କରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।
National
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ
ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି।
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।