ମହାରାଷ୍ଟ୍ରରେ ବେକାବୁ କରୋନା, ୨୪ ଘଣ୍ଟାରେ ୨,୩୪୭ ଚିହ୍ନଟ

ମୁମ୍ୱାଇ: ମହାରାଷ୍ଟ୍ରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ି ଚାଲିଛି। ୨୪ ଘଣ୍ଟା ମଧ୍ୟରେ ୨,୩୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୦୫୩ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି। ଏହି ମୃତକଙ୍କ ସଂଖ୍ୟାକୁ ମିଶାଇ ୧୧୯୮ ହୋଇଛି। ପୂର୍ବରୁ ପ୍ରତିଦିନ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା ତୁଳନାରେ ଆଜିର ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ବୋଲି ଜଣାପଡ଼ିଛି। ମହାରାଷ୍ଟ୍ରରେ […]

corona

Subhransu Sekhar
  • Published: Sunday, 17 May 2020
  • , Updated: 17 May 2020, 09:46 PM IST

ମୁମ୍ୱାଇ: ମହାରାଷ୍ଟ୍ରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ି ଚାଲିଛି। ୨୪ ଘଣ୍ଟା ମଧ୍ୟରେ ୨,୩୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୦୫୩ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି। ଏହି ମୃତକଙ୍କ ସଂଖ୍ୟାକୁ ମିଶାଇ ୧୧୯୮ ହୋଇଛି। ପୂର୍ବରୁ ପ୍ରତିଦିନ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା ତୁଳନାରେ ଆଜିର ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ବୋଲି ଜଣାପଡ଼ିଛି।

ମହାରାଷ୍ଟ୍ରରେ ସର୍ବାଧିକ ଆକ୍ରାନ୍ତ ହୋଇଥିବା ମୁମ୍ୱାଇରେ ଗତ ୨୪ ଘଣ୍ଟାରେ ୧,୫୯୫ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୩୮ ଜଣଙ୍କର ମୃତ୍ୟୁ ଘଟିଛି। ମୁମ୍ୱାଇରେ ଏଯାବତ ୧୯,୯୬୭ ଜଣ ଲୋକ ସଂକ୍ରମିତ ହୋଇଥିବାବେଳେ ମୋଟ୍ ୭୩୪ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ମୁମ୍ୱାଇରେ ୫୦୧୨ ଜଣ ଆରୋଗ୍ୟ ହୋଇଥିବା ସୂଚନା ରହିଛି।

କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି କେନ୍ଦ୍ର ସରକାର ଲକଡାଉନ୍ ଅବଧି ମେ’ ୩୧ ଯାଏ ବଢ଼ାଇଛନ୍ତି।

Related story