ମୁମ୍ୱାଇ: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମୁମ୍ୱାଇ ସ୍ଥିତ ବ୍ରିଚ କାଣ୍ଡେ ହସ୍ପିଟାଲ ପହଞ୍ଚି ଭାରତ ରତ୍ନ ଲତା ମଙ୍ଗେସକରଙ୍କର ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ୧୧ ନଭେମ୍ୱରରୁ ଲତା ମଙ୍ଗେସକର (୯୦) ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ଏବେ ସେ ଆଇସିୟୁରେ ଅଛନ୍ତି। ନିଃଶ୍ୱାସ ପ୍ରଶ୍ୱାସ ନେବାରେ ଯନ୍ତ୍ରଣା ଅନୁଭବ କରିବାରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।
ଏବେ ଲତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ରହିଛି। ହସ୍ପିଟାଲରୁ ଡିସଚାର୍ଜ ହେବା ପାଇଁ ସମୟ ଲାଗିବ ବୋଲି ଲତାଙ୍କ ଝିଆରୀ ରଚନା ଶାହ ନିକଟରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଥିଲେ। ଲତା ମଙ୍ଗେସକର ହସ୍ପିଟାଲରେ ଭର୍ତ୍ତି ହେବା ପରେ ସୋଶାଲ ମଡିଆରେ ତାଙ୍କୁ ନେଇ ଅନେକ ଗୁଜବ ଖବର ଆସିଥିଲା। ଏହାର ଜବାବ ଦେବାକୁ ଯାଇ ରଚନା ଲତାଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ସ୍ପଷ୍ଟୀକରଣ ରଖିଥିଲେ। ଏମିତିକି ତାଙ୍କ ବାବଦରେ ଭୁଲ ଖବର ପ୍ରଚାର ନକରିବାକୁ ଅନୁରୋଧ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।
National
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ
ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି।