ନୂଆଦିଲ୍ଲୀ: ମହା ଶିବରାତ୍ରୀରେ ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ କରିବାର ଆଶଙ୍କା ରହିଛି। ଏଥିପାଇଁ ସମଗ୍ର ଦିଲ୍ଲୀରେ ହାଇଆଲର୍ଟ ଜାରି କରାଯାଇଛି। ସହରର ସମସ୍ତ ପ୍ରମୁଖ ମନ୍ଦିର, ବଡ଼ ବଡ଼ କୋଠା, ସପିଂ ମଲ୍, ମାର୍କେଟ୍ ଏବଂ ସାମରିକ ପ୍ରତିଷ୍ଠାନଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ସମସ୍ତ ଜନଗହଳିପୂର୍ଣ୍ଣ ସ୍ଥାନରେ ପାଟ୍ରୋଲିଂ ସାଙ୍ଗକୁ ସିସିଟିଭି ଫୁଟେଜ୍ ଉପରେ ମଧ୍ୟ ନଜର ରଖାଯାଇଛି। ଆତଙ୍କବାଦୀ ଆକ୍ରମଣ ଆଶଙ୍କା ନେଇ ଗୁଇନ୍ଦା ବିଭାଗ ପକ୍ଷରୁ ସୂଚନା ମିଳିବା ପରେ ଏଭଳି ପଦକ୍ଷେପ ନିଆଯାଇଛି।
ଗତକାଲି ଲସ୍କର-ଏ-ତୋଏବା କିମ୍ୱା ଜୈସ୍-ଇ-ମହମ୍ମଦ ଗୋଷ୍ଠୀର ପ୍ରାୟ ୧୦ ଜଣ ଆତଙ୍କବାଦୀ ଗୁଜରାଟ ବାଟ ଦେଇ ଭାରତରେ ଅନୁପ୍ରବେଶ କରିଥିବା ଗୁଇନ୍ଦା ବିଭାଗ କହିଥିଲା। ଏହି ସୂଚନା ମିଳିବା ପରେ ରବିବାର ଏନ୍ଏସଜିର ୧୨୦ ଜଣିଆ କମାଣ୍ଡୋ ଟିମ୍ ଗୁଜରାଟରେ ଛାନଭିନ୍ କରୁଛି। ଦିଲ୍ଲୀ ନିକଟବର୍ତ୍ତୀ ମାନେସର ସ୍ଥିତ ଏନ୍ଏସ୍ଜି ମୁଖ୍ୟାଳୟ ଉପରେ ମଧ୍ୟ ତୀକ୍ଷ୍ନ ନଜର ରଖାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।